Posted inଜାତୀୟ

ପ୍ରତିରକ୍ଷାରେ ଆତ୍ମନିର୍ଭର ହେବ ଭାରତ

ନୂଆଦିଲ୍ଲୀ, ୨୬ା୧୨(ନ୍ୟୁ ଇଣ୍ଡିଆ ସମାଚାର): ଆତ୍ମନିର୍ଭର ଭାରତ ଅଭିଯାନ ଅଧୀନରେ ଦେଶକୁ ବିଶ୍ୱର ସର୍ବ ବୃହତ ସାମରିକ ଶକ୍ତି କରିବା ଲକ୍ଷ୍ୟରେ ମେକ୍‌ ଇନ୍‌ ଇଣ୍ଡିଆକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ୪୧ଟି ଗୋଳାବାରୁଦ କାରଖାନାର ପୁନଃନିର୍ମାଣ ସହିତ ୭ଟି ନୂତନ କମ୍ପାନୀ ଆରମ୍ଭ କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ନେତୃତ୍ୱରେ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ ୭,୯୬୫ କୋଟି ଟଙ୍କା ମୂଲ୍ୟର ଅସ୍ତ୍ରଶସ୍ତ୍ର ଏବଂ ଯନ୍ତ୍ରପାତି କ୍ରୟକୁ ଅନୁମୋଦନ କରିଛନ୍ତି। ମେକ୍‌ ଇନ୍‌ ଇଣ୍ଡିଆ ଅଧୀନରେ ଏହି କ୍ରୟ ସ୍ବଦେଶୀ କମ୍ପାନୀଗୁଡିକରୁ କରାଯିବ। ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍‌ରୁ ୧୨ଟି ହାଲୁକା ୟୁଟିଲିଟି ହେଲିକପ୍ଟର ସହ ଡର୍ନିୟର୍‌ ବିମାନର ବିକାଶ କରାଯିବ। ନୌ-ବାହିନୀ ଯୁଦ୍ଧ ଜାହାଜର ନିରୀକ୍ଷଣ ତଥା କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍‌ର ଲିଙ୍କସ୍‌ ନାଭାଲ୍‌ ଗନ୍‌ଫାୟାର କଣ୍ଟ୍ରୋଲ୍‌ ସିଷ୍ଟମ୍‌ କ୍ରୟ କରାଯିବା ପାଇଁ ଏହି ଅନୁମୋଦନରେ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri