Posted inଜାତୀୟ

ବର୍ଷକ ମଧ୍ୟରେ ମଧ୍ୟବର୍ତ୍ତୀ ନିର୍ବାଚନ: ବଘେଲ

ନୂଆଦିଲ୍ଲୀ,୭ା୬: ଲୋକ ସଭା ନିର୍ବାଚନରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିବା ଭାଜପା ସହଯୋଗୀ ଦଳଗୁଡ଼ିକର ସହଯୋଗରେ କେନ୍ଦ୍ରରେ ସରକାର ଗଢ଼ିବାକୁ ଯାଉଛି। ତେବେ ବର୍ଷକ ମଧ୍ୟରେ ଦେଶ ମଧ୍ୟବର୍ତ୍ତୀକାଳୀନ ସାଧାରଣ ନିର୍ବାଚନର ସମ୍ମୁଖୀନ ହେବ ବୋଲି ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେଶ ବଘେଲ ଶୁକ୍ରବାର ପୂର୍ବାନୁମାନ କରିଛନ୍ତି।

୬ ମାସରୁ ବର୍ଷକ ମଧ୍ୟରେ ନିର୍ବାଚନ ହୋଇପାରେ। ଏଥିପାଇଁ ପ୍ରସ୍ତୁତ ରହିବାକୁ ସେ ଦଳୀୟ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏକ ସାଧାରଣ ସଭାକୁ ଉଦ୍‌ବୋଧନ ଦେବା ଅବସରରେ ବଘେଲ କହିଥିଲେ, ଦେଶବାସୀ ନିର୍ବାଚନରେ ଭାଜପାକୁ ଉପଯୁକ୍ତ ଶିକ୍ଷା ଦେଇଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ତାଙ୍କ ରାଜସ୍ଥାନ ପ୍ରତିପକ୍ଷ ଭଜନଲାଲ୍‌ ଶର୍ମା ଏବଂ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କୁ ସେ କଟାକ୍ଷ କରିଛନ୍ତି।

ଯୋଗୀଙ୍କ ଆସନ ଦୋହଲୁଥିବାବେଳେ ଭଜନଲାଲ୍‌ ଟଳମଳ ହେଉଛନ୍ତି। ଫଡ୍‌ନବିସ ଇସ୍ତଫା ପ୍ରସ୍ତାବ ଦେଇଛନ୍ତି। ଯେଉଁମାନେ ଦିନକୁ ୩ ଥର ପୋଷାକ ବଦଳାଉଥିଲେ, ଏବେ ଗୋଟିଏ ପୋଷାକରେ ୩ଟି କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି ବୋଲି ନରେନ୍ଦ୍ର ମୋଦିଙ୍କୁ ଆକ୍ଷେପ କରି ବଘେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri