Posted inଖେଳ

ପ୍ରାକ୍ତନ ଖେଳାଳି କହିଲେ ‘ସିରିଜ୍‌ ଜିତିବ ଭାରତ’

ନୂଆଦିଲ୍ଲୀ, ୧୬।୨ : ପ୍ରଥମ ମ୍ୟାଚ୍‌ରେ ଲଜ୍ଜାଜନକ ପରାଜୟ ପରେ ଦ୍ୱିତୀୟ ଟେଷ୍ଟରେ ବଡ଼ ବିଜୟ ହାସଲ କରିଛି ଭାରତୀୟ ଦଳ। ଏଥିସହ ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୧-୧ର ବରାବର ସ୍ଥିତିରେ ପହଞ୍ଚିଛି। ପଦାର୍ପଣ କରିଥିବା ବାମହାତୀ ସ୍ପିନର ଅକ୍ଷର ପଟେଲ ୫ ଉଇକେଟ ସଫଳତା ହାସଲ କରିଛନ୍ତି। ଆଉ ବରିଷ୍ଠ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ମ୍ୟାଚ୍‌ରେ ୮ ଉଇକେଟ ନେବା ସହ ଖେଳିଥିଲେ ୧୦୬ ରନ୍‌ର ଏକ ଜବରଦସ୍ତ ଶତକୀୟ ପାଳି । ଏଭଳି ପ୍ରଦର୍ଶନକୁ ପ୍ରଶଂସା କରିବା ସହ ଟିମ୍‌ ଇଣ୍ଡିଆର ସିରିଜ୍‌ ଜିତିବ ବୋଲି ଦାବି କରିଛନ୍ତି ବହୁ ପ୍ରାକ୍ତନ ଖେଳାଳି।

” ବଡ଼ ବିଜୟ ପାଇଁ ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା। ଦଳର ପ୍ରତ୍ୟେକ ଖେଳାଳି ନିଜ ଦକ୍ଷତାନୁଯାୟୀ ଖେଳିଲେ। ବରିଷ୍ଠ ଖେଳାଳିମାନେ ଭଲ ପ୍ରଦର୍ଶନ କରିଥିବାବେଳେ ମୁଁ ପଦାର୍ପଣକାରୀ ଅକ୍ଷର ପଟେଲଙ୍କ ଦ୍ୱାରା ପ୍ରଭାବିତ “ ବୋଲି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ ଟୁଇଟରରେ ଲେଖିଛନ୍ତି। ସେହିଭଳି ଇର୍ଫାନ ପଠାନ ଟୁଇଟ୍‌ କରିଛନ୍ତି, ଭାରତୀୟ ଦଳ ଭଲ ଖେଳିଲା। ଆମେ ସିରିଜ୍‌ ଜିତିବୁ। ସେହିଭଳି ମହମ୍ମଦ କୈଫ, ହରଭଜନ ସିଂ, ଆକାଶ ଚୋପ୍ରା ଟୁଇଟ୍‌ କରି ଟିମ୍‌ ଇଣ୍ଡିଆ ସିରିଜ୍‌ ଜିତିବ ବୋଲି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri