Posted inଖେଳ

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା ମୁକାବିଲାରେ ଇରାନକୁ ୪୦-୩୪ରେ ପରାସ୍ତ କରି ଭାରତ କବାଡ଼ିରେ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏହା ଏକ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ମ୍ୟାଚ ରହିଥିଲା। ପ୍ରଥମାର୍ଦ୍ଧରେ ଇରାନ ଅଗ୍ରଣୀ ରହିଥିବା ବେଳେ ଦ୍ୱିତୀୟାର୍ଦ୍ଧରେ ଭାରତୀୟ ଦଳ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲା।

ପ୍ରଥମାର୍ଦ୍ଧରେ ୨୦ ମିନିଟରେ ଇରାନ ୧୮-୧୭ରେ ଆଗୁଆ ରହିଥିଲା। ତଥାପି, ଭାରତୀୟ ଖେଳାଳି ଦ୍ୱିତୀୟାର୍ଦ୍ଧରେ ଖେଳର ମୋଡ଼ ବଦଳାଇ ଦେଇଥିଲେ। ଇରାନ ବିପକ୍ଷରେ୨୩-୧୬ ସ୍କୋର କରି ଭାରତ ମ୍ୟାଚ୍‌ରେ ଆଗୁଆ ରହିଥିଲା। ଶେଷାର୍ଦ୍ଧରେ ଅଲ-ଆଉଟର ଶିକାର ହେବା ପରେ ଇରାନ ଚାପରେ ଥିବା ପରି ମନେ ହେଉଥିଲା। ଭାରତ ଏହି ସ୍ଥିତିର ଭରପୂର ଫାଇଦା ଉଠାଇଥିଲା। ଏବଂ ଏହି ସମୟ ଭାତର ଉତ୍କୃଷ୍ଟ ରକ୍ଷଣାତ୍ମକ ଖେଳ ପ୍ରଦର୍ଶନ କରିଥିଲା।

କବାଡ଼ିରେ ଭାରତର ନବମ ସ୍ବର୍ଣ୍ଣ ପଦକ
୧୯୯୦ସ୍‌ରୁ ୨୦୨୬ ମଧ୍ୟରେ ଅନୁଷ୍ଠିତ ୧୦ଟି ଏସୀୟ କ୍ରୀଡ଼ା ଇଭେଣ୍ଟରେ, ଭାରତୀୟ ପୁରୁଷ କବାଡ଼ି ଦଳ ୯ଥର ସ୍ବର୍ଣ୍ଣ ପଦକ ହାସଲ କରିଛି। କେବଳ ୨୦୧୮ରେ ଭାରତୀୟ ପୁରୁଷ ଦଳ ସ୍ବର୍ଣ୍ଣ ପଦକ ଜିତିବାରୁ ବଞ୍ଚିତ ହୋଇଥିଲା। ଇରାନକୁ ପରାସ୍ତ କରି ଭାରତୀୟ ମହିଳା ଦଳ ମଧ୍ୟ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ମହିଳା କବାଡ଼ି ଦଳ ଫାଇନାଲରେ ଇରାନକୁ ୩୭-୩୪ ବ୍ୟବଧାନରେ ପରାସ୍ତ କରି ସ୍ବର୍ଣ୍ଣ ହାସଲ କରିଛି। ଏହି ମ୍ୟାଚ୍‌ରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା। ଯଦିଓ ପ୍ରାରମ୍ଭିକ ପର୍ଯ୍ୟାୟରେ ଉଭୟ ଦଳ ପ୍ରାଧାନ୍ୟ ବିସ୍ତାର କରୁଥିବା ମନେ ହେଉଥିଲା, ତଥାପି ଶେଷ ଆଡ଼କୁ ଭାରତ ଚମତ୍କାର ପ୍ରଦର୍ଶନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?