Posted inଖେଳ

୬.୩ ଓଭରରେ ମ୍ୟାଚ୍‌ ଶେଷ କଲା ଭାରତ

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ସେମିଫାଇନାଲରେ ସ୍ଥାନ ପକ୍କା କରିବା ଆଶା ଉଜ୍ଜୀବିତ ରଖିଛି ଟିମ୍‌ ଇଣ୍ଡିଆ। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ପକ୍ଷରୁ ୮୬ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଏହି ଲକ୍ଷ୍ୟକୁ ହାସଲ କରିବାର ଥିଲା ୭.୧ ଓଭରରେ। କିନ୍ତୁ ଲୋକେଶ ରାହୁଲ ଓ ରୋହିତ ଶର୍ମାଙ୍କ ଓପିନଂ ଯୋଡ଼ି ଧୂଆଁଦାର ବ୍ୟାଟିଂ ଯୋଗୁ ଟିମ୍‌ ଇଣ୍ଡିଆ ଆବଶ୍ୟକତାଠାରୁ ଯଥେଷ୍ଟ ପୂର୍ବରୁ ମ୍ୟାଚ୍‌ ଜିତି ନେଇଥିଲା। ରାହୁଲ ୧୯ ବଲରେ ୫୦ ରନ୍‌ର ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ତାଙ୍କ ଇନିଂସରେ ସାମିଲ ଥିଲା ୬ ଚୌକା ଓ ୩ ଛକା। ସେହିଭଳି ୫ ଚୌକା ଓ ୧ ଛକା ସହାୟତାରେ ୧୬ ବଲରେ ୩୦ ରନ୍‌ କରି ଆଉଟ୍‌ ହୋଇଥିଲେ ରୋହିତ। ତା’ ପରେ ସୂର୍ଯ୍ୟକୁମାର ଯାଦବ ଛକା ଲଗାଇ ଭାରତକୁ ବିଜୟ ଭେଟି ଦେଇଥିଲେ। ଫଳରେ ୬.୩ ଓଭରରେ ୨ ଉଇକେଟ କ୍ଷତିରେ ୮୯ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା ଭାରତ। ଅନ୍ତର୍ଜାତୀୟ ଟି୨୦ ଇତିହାସରେ ଏହା ଭାରତର ସବୁଠୁ ବଡ଼ ବିଜୟ। ପୂର୍ବରୁ ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ଶାମି ୩ ଲେଖାଏ ଉଇକେଟ ନେଇ ସ୍କଟଲାଣ୍ଡକୁ ୧୭.୪ ଓଭରରେ ୮୫ ରନ୍‌ରେ ଅଲଆଉଟ୍‌ କରି ଦେଇଥିଲେ।

ବିଜୟ ସହ ସୁପର-୧୨ ପର୍ଯ୍ୟାୟରେ ଗ୍ରୁପ୍‌ ୨’ରେ ଭାରତକୁ ତୃତୀୟ ସ୍ଥାନକୁ ଉଠିଛି। ଏବେ ଟିମ୍‌ ଇଣ୍ଡିଆର ନେଟ୍‌ ରନରେଟ୍‌ +୧.୬୧୯ରେ ପହଞ୍ଚିଛି, ଯାହାକି ଗ୍ରୁପ୍‌ରେ ସର୍ବାଧିକ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri