Posted inଖେଳ

ସିରିଜ୍‌ ଜିତିଲା ଭାରତ…

ବର୍ମିଂହାମ୍‌, ୯।୭ : ଭାରତ ଇଂଲଣ୍ଡ ମଧ୍ୟରେ ବର୍ମିଂହାମ୍‌ରେ ଖେଳାଯାଉଥିବା ୩ଟି ଟି-୨୦ ମ୍ୟାଚ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ସହଜ ବିଜୟ ହାସଲ କରିଛି। ଏହା ସହିତ ଭାରତ ୨ ଓ୍ବିକେଟରେ ବିଜୟ ଲାଭ କରି ୩ ଟି ମ୍ୟାଚରୁ ୨ ଟିରେ ବିଜୟ ଲାଭ କରି ସିରିଜ୍‌ ଜିତିଛି। ଆଉ ଗୋଟିଏ ଟି-୨୦ ମ୍ୟାଚ୍‌ ଖେଳାଯିବାକୁ ବାକି ରହିଛି। ୧୭୧ ରନ୍‌ ବିଜୟ ଲକ୍ଷ୍ୟର ପିଛା କରି ଇଂଲଣ୍ଡ ଦଳବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଇଂଲଣ୍ଡ ୧୭ଓଭରରେ ସମସ୍ତ ଓ୍ବିକେଟ ହରାଇ ୧୨୧ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଇଂଲଣ୍ଡ ପକ୍ଷରୁ ଡାଓ୍ବିଡ ମାଲାନ ୨୫ ବଲରେ ୧୯ ରନ୍‌ କରିଥିବାବେଳେ ମୋଇନ୍‌ ଅଲ୍ଲୀ ୨୧ ବଲରୋ ୩୫ ରନ୍‌ କରିଥିଲେ। ଡେଭିଡ୍‌ ଓ୍ବିଲେ ୨୨ ବଲ୍‌ରେ ୩୩ ରନ୍‌ କରିଛନ୍ତି।

ଇଂଲଣ୍ଡ ଦଳର ଅଧିନାୟକ ଜୋସ୍‌ ବଟଲର ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଦଳ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବ୍ୟାଟିଂ ପାଇଁ ଆସି ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୭୦ ରନ୍‌ କରଥିଲା। ଫଳରେ ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୭୧ରନ୍‌ ରହିଥିଲା।

ଭାରତ ପକ୍ଷରୁ ରୋହିତ ଶର୍ମା ୨୦ ବଲରେ ୩୧ ରନ୍‌, ରିଶଭପନ୍ତ ୧୫ ବଲରେ ୨୬ ରନ୍‌, ରବିନ୍ଦ୍ର ଜାଡ଼େଜା ୨୯ ବଲରେ ୪୬ ରନ୍‌, ଦିନେଶ କାର୍ତ୍ତିକ ୧୭ ବଲ୍‌ରେ ୧୨ ରନ୍‌ କରିଛନ୍ତି। ସୂର୍ଯ୍ୟକୁମାର ଯାଦବ ୧୧ ବଲରେ ୧୫ ରନ୍‌ କରିଥିବାବେଳେ ହର୍ଶଲ ପଟେଲ ୬ ବଲ୍‌ରେ ୧୩ ରନ୍‌ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri