Posted inUncategorized

ଭାରତ ସିରିଜ୍‌ ବିଜୟୀ

ପୋର୍ଟ ଅଫ୍‌ ସ୍ପେନ୍‌, ୨୫ା୭: ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ରହିଥିବା ଭାରତୀୟ ଦଳ ଟେଷ୍ଟ ସିରିଜକୁ ଜିତି ନେଇଛି। ଅନ୍ତିମ ଟେଷ୍ଟ ଅମୀମାଂସିତ ଭାବରେ ଶେଷ ହେବାରୁ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୦ରେ ଜିତି ନେଇଛି। ପୋର୍ଟ ଅଫ୍‌ ସ୍ପେନ୍‌ରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟର ଅନ୍ତିମ ଦିବସରେ ବର୍ଷା ବାଧକ ସାଜିଥିଲା। ଅନ୍ତିମ ଦିନରେ ଭାରତକୁ ବିଜୟ ପାଇଁ ୮ ଉଇକେଟ ଆବଶ୍ୟକ ଥିବା ବେଳେ ବର୍ଷା କାରଣରୁ ଗୋଟିଏ ବି ବଲ୍‌ ପଡିବା ସମ୍ଭବ ହୋଇ ନ ଥିଲା। ସମ୍ପୂର୍ଣ୍ଣ ପ୍ରଥମ ସେସନ୍‌ ଖେଳ ଧୋଇ ଯାଇଥିବା ବେଳେ ଲଞ୍ଚ ପରେ ଖେଳ ଆରମ୍ଭ କରାଯିବା ନେଇ ଘୋଷଣା କରାଯାଇଥିଲା। ତେବେ ଲଞ୍ଚ ପରେ ପୁଣି ଥରେ ବର୍ଷା ହେବା କାରଣରୁ ଖେଳ ସମ୍ଭବ ହୋଇ ନ ଥିଲା। ଏହା ମଧ୍ୟରେ ବର୍ଷା ଅନେକ ଥର ଲୁଚକାଳି ଖେଳିବା ସହିତ ଖେଳ ଆରମ୍ଭର ସମ୍ଭାବନା ସୃଷ୍ଟି ହୋଇଥିଲା। ଏହା ସହିତ ୨୦ ବର୍ଷ ଧରି ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଅପରାଜେୟ ରହିଛି ଭାରତ। କ୍ରମାଗତ ନବମ ସିରିଜ୍‌ ଉପରେ କବ୍‌ଜା କରିଛି ଭାରତ। ଶେଷ ଥର ପାଇଁ ଦଳ ୨୦୦୨ରେ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜକୁ ଭାରତ ୨-୧ରେ ହାରିଥିବା ବେଳେ ପରବର୍ତ୍ତୀ ୯ଟି ଯାକ ସିରିଜ୍‌ ଓ ୨୫ ମ୍ୟାଚ ଭାରତୀୟ ଦଳ ଜିତି ନେଇଛି। ଚତୁର୍ଥ ଦିନରେ ଭାରତ ୧୧୮/୨ରେ ଇନିଂସ ଘୋଷଣା କରିବା ସହିତ ଓ୍ବେଷ୍ଟଇଣ୍ଡିଜ ଆଗରେ ୩୬୫ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଚତୁର୍ଥ ଦିନର ଷ୍ଟମ୍ପସ ସୁଦ୍ଧା ଘରୋଇ ଦଳ ୨ ଉଇକେଟରେ ୭୬ ରନ କରିଥିବା ବେଳେ ଅନ୍ତିମ ଦିନରେ ଗୋଟିଏ ବି ବଲ୍‌ ପଡିବା ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri