Posted inଖେଳ

ଶୁଟ୍‌ଆଉଟରେ ଭାରତ ବିଜୟୀ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୧୬।୩: ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଭାରତ ଶୁଟ୍‌ଆଉଟ/ସଡନ୍‌ଡେଥ୍‌ ୪-୩ ଗୋଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ଖେଳ ୨-୨ ସ୍ଥିତିରେ ବରାବର ରହିବାରୁ ଶୁଟ୍‌ଆଉଟ ପଦ୍ଧତିର ସହାୟତା ନିଆ ଯାଇଥିଲା। ଶୁଟ୍‌ ଆଉଟ ପର୍ଯ୍ୟାୟରେ ଭାରତ ପକ୍ଷରୁ ଅଧିନାୟକ ହରମନପ୍ରୀତ ସିଂ, ସୁଖଜିତ ସିଂ ଓ ଦିଲପ୍ରୀତ ସିଂ ଗୋଲ ଦେଇଥିବାବେଳେ ହାର୍ଦ୍ଦିକ ସିଂ ଓ ବିବେକ ସାଗର ପ୍ରସାଦ ମିସ୍‌ କରିଥିଲେ। ଅଷ୍ଟ୍ରେଲିଆର ଜ୍ୟାକ ହାର୍ଭି, କ୍ରେଗ୍‌ ମାରେସ ଓ ଜ୍ୟାକ୍‌ ଓ୍ବେଲଚ ଗୋଲ ଦେଇଥିଲେ ଏବଂ ଜ୍ୟାକ ହ୍ବିଟନ ଓ ନାଥାନ ଏଫ୍ରାଉମ୍ସ ମିସ୍‌ କରିଥିଲେ। ଫଳରେ ସଡନ୍‌ ଡେଥ୍‌ ପଦ୍ଧତି ଅବଲମ୍ବନ କରାଯାଇଥିଲା। ଏଥିରେ ଭାରତର ହରମନପ୍ରୀତ ଗୋଲ ଦେଇଥିବାବେଳେ ଅଷ୍ଟ୍ରେଲିଆର ଜ୍ୟାକ୍‌ ଓ୍ବେଲ୍ଚ ମିସ୍‌ କରି ଯାଇଥିଲେ। ଏଠାରେ ବିଜୟ ଫଳରେ ଭାରତ ପ୍ରୋ-ଲିଗ୍‌ର ବିର୍ସାମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ୪ଟି ମ୍ୟାଚ ଜିତି ଅପରାଜେୟ ରହିଛି। ଦଳ ୨ଥର ଲେଖାଏ ବିଶ୍ୱ ଚାମ୍ପିୟନ ଜର୍ମାନୀ ଓ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି।

ଆରମ୍ଭରୁ ଆକ୍ରମଣାତ୍ମକ ଖେଳିଥିବା ଭାରତ ମ୍ୟାଚର ୨ୟ ମିନିଟରେ କ୍ୟାରିୟରର ୧୦୦ତମ ଅନ୍ତର୍ଜାତୀୟ ଗେମ୍‌ ଖେଳୁଥିବା ବିବେକ ସାଗର ପ୍ରସାଦଙ୍କ ଗୋଲ ବଳରେ ଅଗ୍ରଣୀ ହାସଲ କରିଥିଲା। ପ୍ରଥମ କ୍ୱାର୍ଟର ଶେଷରେ ଭାରତର ଅଗ୍ରଣୀ ବଳବତ୍ତର ରହିଥିଲା। ଦ୍ୱିତୀୟ କ୍ୱାର୍ଟରରେ ଆଉ ଗୋଲ ନ ହେବାରୁ ପ୍ରଥମାର୍ଦ୍ଧ ଶେଷ ବେଳକୁ ଭାରତ ୧-୦ରେ ଆଗୁଆ ରହି ଅଷ୍ଟ୍ରେଲିଆ ଉପରେ ଚାପ ପକାଇଥିଲା। ମାତ୍ର ଦ୍ୱିତୀୟାର୍ଦ୍ଧ ଅର୍ଥାତ୍‌ ତୃତୀୟ କ୍ୱାର୍ଟର ଆରମ୍ଭର ଅଳ୍ପ କିଛି ସମୟ ପରେ ଅର୍ଥାତ୍‌ ୩୭ତମ ମିନିଟରେ ଭାରତୀୟ ଖେଳାଳିଙ୍କ ବିପଜ୍ଜନକ ପ୍ରଦର୍ଶନ ଯୋଗୁ ଅଷ୍ଟ୍ରେଲିଆକୁ ପେନାଲ୍ଟି ଷ୍ଟ୍ରୋକ୍‌ ସୁଯୋଗ ମିଳିଥିଲା। ନାଥନ ଏଫ୍ରାଉମ୍ସ ଏଥିରୁ ଗୋଲ ଦେଇ ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲେ। ୪ର୍ଥ କ୍ୱାର୍ଟର ଆରମ୍ଭରେ ଅର୍ଥାତ୍‌ ୪୭ତମ ମିନିଟରେ ସୁଖଜିତ ସିଂ ଏକ ଫିଲ୍ଡ ଗୋଲ ଦେଇ ଭାରତକୁ ପୁଣି ଅଗ୍ରଣୀ କରିଥିଲେ। ମାତ୍ର ୫୨ତମ ମିନିଟରେ ପେନାଲ୍ଟି କର୍ନରରୁ ଗୋଲଟିକୁ ପରିଶୋଧ କରି ଦେଇଥିଲେ ଟିମ୍‌ ହୋଓ୍ବାର୍ଡ।

ଭାରତ ଏହାର ପ୍ରଥମ ମ୍ୟାଚରେ ବିଶ୍ୱ ଚାମ୍ପିୟନ ଜର୍ମାନୀକୁ ୩-୨ ଗୋଲରେ ହରାଇ ଅଭିଯାନ ଆରମ୍ଭ କରିଥିଲା। ଦ୍ୱିତୀୟ ମ୍ୟାଚରେ ଅଷ୍ଟ୍ରେଲିଆକୁ ୫-୪ ଗୋଲରେ ପରାସ୍ତ କରିଥିବାବେଳେ ତୃତୀୟ ମ୍ୟାଚରେ ଜର୍ମାନୀକୁ ପୁଣି ୬-୩ ଗୋଲରେ ହରାଇ ବଡ଼ ସଫଳତା ପାଇଥିଲା। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ଓ ଜର୍ମାନୀ ଏଠାରେ ଖେଳିଥିବା ୪ ମ୍ୟାଚରୁ ଗୋଟିଏ ଲେଖାଏ ବିଜୟ ସହ ଅଭିଯାନ ଶେଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri