Posted inଖେଳ

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର ପ୍ରଥମ ଦିବସରେ ଭାରତ ୪ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୯ଟି ବ୍ରୋଞ୍ଜ ପଦକ ଲାଭ କରିଛି। ରବିବାରଠାରୁ ଆରମ୍ଭ ହୋଇଥିବା ଏହି ଇଭେଣ୍ଟ ଅଗଷ୍ଟ ୧୪ ପର୍ଯ୍ୟନ୍ତ ଚାଲିବ। ଭାରତୀୟ ଦଳ ପ୍ରତ୍ୟେକ ବିଭାଗରେ ପ୍ରଭାବୀ ପ୍ରଦର୍ଶନ କରିଛି। ସାବ୍ରେ, ଫଏଲ୍‌ ଓ ଏପି ସମେତ ସମସ୍ତ ୬ ବ୍ୟକ୍ତିଗତ ଇଭେଣ୍ଟରେ ଅତିକମ୍‌ରେ ଜଣେ ଲେଖାଏ ଭାରତୀୟ ପୋଡିୟମରେ ପହଞ୍ଚିପାରିଥିବା ଫେନ୍‌ସିଂ ଆସୋସିଏଶନ ଅଫ୍‌ ଇଣ୍ଡିଆ ପ୍ରକାଶ କରିଛି।

ପୁରୁଷ ସାବ୍ରେ ପ୍ରତିଯୋଗିତାରେ ନିଖିଲ ଓ୍ବାଗ୍‌ଙ୍କ ନେତୃତ୍ୱରେ ଭାରତୀୟ ଦଳ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛି। ଲକ୍ଷ୍ୟ ବଡସର ଏକ ରୌପ୍ୟ ପାଇଥିବାବେଳେ ଅଶ୍ୱିନୀ ଆର୍ଯ୍ୟ ଓ ଲାଇଶ୍ରାମ୍‌ ମୋରାମ୍ବା ବ୍ରୋଞ୍ଜ ବାଣ୍ଟିକରି ନେଇଛନ୍ତି। ପରୁଷ ଫଏଲରେ ତେଜସ ପାଟିଲ ରୌପ୍ୟ ଏବଂ ହିମାଶ ସାନାସାମ୍‌ ବ୍ରୋଞ୍ଜ ପାଇଛନ୍ତି। ପୁରୁଷ ଏପି’ରେ ଲୋକେଶ ଭିମାନି ଦେଶ ପାଇଁ ଏକ ରୌପ୍ୟ ଆଣିଦେଇଥିବା ବେଳେ ସୌର୍ଯ୍ୟ ଅଶ୍ବିନୀ ଓ ଗଡ୍‌ଓ୍ବିନ ଅନବକେସ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।

ଭାରତୀୟ ମହିଳା ଫେନ୍‌ସରମାନେ ମଧ୍ୟ ଆଧିପତ୍ୟ ବିସ୍ତାର କରିଥିବା ଦେଖିବାକୁ ମିଳିଛି। ସେମାନେ ତିନୋଟି କାଟେଗୋରି ମଧ୍ୟରୁ ଦୁଇଟିରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଜୟସ ଆଶିତା ମହିଳା ଫଏଲ୍‌ରେ ସ୍ବର୍ଣ୍ଣ ଜିତିଥିବା ବେଳେ ତାଙ୍କ ସାଥୀ କନଗଲକ୍ଷ୍ମୀ ରୌପ୍ୟ ଲାଭ କରିଛନ୍ତି। ମହିଳା ଏପିରେ ପ୍ରାଚୀ ଲୋହାନ ସ୍ବର୍ଣ୍ଣ ପଦକ ଲାଭ କରିଥିବା ବେଳେ ନିବେଧ୍ୟା ନାୟର ଓ ଅନୁପ୍ରିୟା ଉଭୟେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।ମହିଳା ସାବ୍ରେରେ ଜେଫରଲିନ୍‌ଙ୍କୁ ସ୍ବର୍ଣ୍ଣ ମିଳିଥିବା ବେଳେ ଶେୟା ଗୁପ୍ତା ବ୍ରୋଞ୍ଜ ଜିତିଛନ୍ତି। ଦଳର ଏହି ସଫଳତା ପାଇଁ ଫେନ୍‌ସିଂ ଆସୋସିଏଶନ ଅଫ୍‌ ଇଣ୍ଡିଆର ସାଧାରଣ ସମ୍ପାଦକ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇବା ସହ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri