Posted inଖେଳ

ରୋଲର ସ୍କେଟିଂରେ ଭାରତକୁ ୨ ପଦକ…

ହାଙ୍ଗଝୋ,୨।୧୦ : ଭାରତ ଏସୀୟ ଗେମ୍ସର ନବମ ଦିନ ୨ ଅକ୍ଟୋବରରେ ରୋଲର ସ୍କେଟିଂରେ ପଦକ ଜିତିଛି। ମହିଳା ସ୍ପିଡ ସ୍କେଟିଂ ୩୦୦୦ମିଟର ରିଲେ ଦୌଡ଼ରେ ଭାରତୀୟ ଦଳ ଏହି ପଦକ ପାଇଛି। ଭାରତୀୟ ପୁରୁଷ ଦଳ ମଧ୍ୟ ସ୍ପିଡ ସ୍କେଟିଂ ୩୦୦୦ ମିଟର ରିଲେ ଦୌଡ଼ରେ ବ୍ରୋଞ୍ଜ ପଦକ ଜିତିଛି। ଏହା ସହ ଭାରତର ମୋଟ ପଦକ ସଂଖ୍ୟା ୫୫ କୁ ବୃଦ୍ଧି ପାଇଛି।

ସଞ୍ଜନା, କାର୍ତ୍ତିକା, ହିରାଲ ଏବଂ ଆରତୀଙ୍କ ଦଳ ଭାରତ ପାଇଁ ସୋମବାର ପ୍ରଥମ ପଦକ ଜିତିଥିଲେ। ଭାରତୀୟ ମହିଳା ଦଳ ସ୍ପିଡ ସ୍କେଟିଂ ୩୦୦୦ ମିଟର ରିଲେ ଦୌଡ଼ରେ ୪ ମିନିଟ ୩୪.୮୬ ସେକେଣ୍ଡ ନେଇ ତୃତୀୟ ସ୍ଥାନ ଅଧିକାର କରିଛି । ଏହିପରି ଭାବରେ ଭାରତୀୟ ମହିଳା ଦଳ ବ୍ରୋଞ୍ଜ ପଦକ ପାଇଥିଲେ।

ଭାରତୀୟ ମହିଳା ଦଳର ଏହି ପ୍ରଦର୍ଶନର କିଛି ସମୟ ପରେ ପୁରୁଷ ଦଳ ସ୍ପିଡ ସ୍କେଟିଂ ୩୦୦୦ ମିଟର ରିଲେ ଦୌଡ଼ରେ ବ୍ରୋଞ୍ଜ ପଦକ ଜିତିଥିଲେ। ଆର୍ଯ୍ୟନ ପାଲ, ଆନନ୍ଦ କୁମାର, ସିଦ୍ଧନ୍ତ ଏବଂ ବିକ୍ରମଙ୍କ କ୍ୱାର୍ଟେଟ ୪ ମିନିଟ ୧୦.୧୨୯୮ ସେକେଣ୍ଡ ସମୟ ସହିତ ଏହି ପଦକ ଜିତିଛି ।

ସୋମବାର ଏହି ଦୁଇଟି ପଦକ ସହିତ ଏସୀୟ ଗେମ୍ସ ୨୦୨୩ ରେ ଭାରତର ମୋଟ ପଦକ ୫୫ ରେ ପହଞ୍ଚିଛି। ସେଥିମଧ୍ୟରେ ୧୩ ଟି ସ୍ବର୍ଣ୍ଣ ପଦକ ଅନ୍ତର୍ଭୁକ୍ତ। ଏହା ସହିତ ଭାରତ ୨୧ ଟି ରୌପ୍ୟ ଏବଂ ୨୧ବ୍ରୋଞ୍ଜ ପଦକ ଜିତିଛି । ଆୟୋଜକ ଚାଇନା ୧୩୬ ଟି ସ୍ବର୍ଣ୍ଣ ସମେତ ମୋଟ ୨୪୮ପଦକ ସହିତ ପଦକ ତାଲିକାରେ ପ୍ରଥମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri