Posted inଖେଳ

ରୋଲର ସ୍କେଟିଂରେ ଭାରତକୁ ୨ ପଦକ…

ହାଙ୍ଗଝୋ,୨।୧୦ : ଭାରତ ଏସୀୟ ଗେମ୍ସର ନବମ ଦିନ ୨ ଅକ୍ଟୋବରରେ ରୋଲର ସ୍କେଟିଂରେ ପଦକ ଜିତିଛି। ମହିଳା ସ୍ପିଡ ସ୍କେଟିଂ ୩୦୦୦ମିଟର ରିଲେ ଦୌଡ଼ରେ ଭାରତୀୟ ଦଳ ଏହି ପଦକ ପାଇଛି। ଭାରତୀୟ ପୁରୁଷ ଦଳ ମଧ୍ୟ ସ୍ପିଡ ସ୍କେଟିଂ ୩୦୦୦ ମିଟର ରିଲେ ଦୌଡ଼ରେ ବ୍ରୋଞ୍ଜ ପଦକ ଜିତିଛି। ଏହା ସହ ଭାରତର ମୋଟ ପଦକ ସଂଖ୍ୟା ୫୫ କୁ ବୃଦ୍ଧି ପାଇଛି।

ସଞ୍ଜନା, କାର୍ତ୍ତିକା, ହିରାଲ ଏବଂ ଆରତୀଙ୍କ ଦଳ ଭାରତ ପାଇଁ ସୋମବାର ପ୍ରଥମ ପଦକ ଜିତିଥିଲେ। ଭାରତୀୟ ମହିଳା ଦଳ ସ୍ପିଡ ସ୍କେଟିଂ ୩୦୦୦ ମିଟର ରିଲେ ଦୌଡ଼ରେ ୪ ମିନିଟ ୩୪.୮୬ ସେକେଣ୍ଡ ନେଇ ତୃତୀୟ ସ୍ଥାନ ଅଧିକାର କରିଛି । ଏହିପରି ଭାବରେ ଭାରତୀୟ ମହିଳା ଦଳ ବ୍ରୋଞ୍ଜ ପଦକ ପାଇଥିଲେ।

ଭାରତୀୟ ମହିଳା ଦଳର ଏହି ପ୍ରଦର୍ଶନର କିଛି ସମୟ ପରେ ପୁରୁଷ ଦଳ ସ୍ପିଡ ସ୍କେଟିଂ ୩୦୦୦ ମିଟର ରିଲେ ଦୌଡ଼ରେ ବ୍ରୋଞ୍ଜ ପଦକ ଜିତିଥିଲେ। ଆର୍ଯ୍ୟନ ପାଲ, ଆନନ୍ଦ କୁମାର, ସିଦ୍ଧନ୍ତ ଏବଂ ବିକ୍ରମଙ୍କ କ୍ୱାର୍ଟେଟ ୪ ମିନିଟ ୧୦.୧୨୯୮ ସେକେଣ୍ଡ ସମୟ ସହିତ ଏହି ପଦକ ଜିତିଛି ।

ସୋମବାର ଏହି ଦୁଇଟି ପଦକ ସହିତ ଏସୀୟ ଗେମ୍ସ ୨୦୨୩ ରେ ଭାରତର ମୋଟ ପଦକ ୫୫ ରେ ପହଞ୍ଚିଛି। ସେଥିମଧ୍ୟରେ ୧୩ ଟି ସ୍ବର୍ଣ୍ଣ ପଦକ ଅନ୍ତର୍ଭୁକ୍ତ। ଏହା ସହିତ ଭାରତ ୨୧ ଟି ରୌପ୍ୟ ଏବଂ ୨୧ବ୍ରୋଞ୍ଜ ପଦକ ଜିତିଛି । ଆୟୋଜକ ଚାଇନା ୧୩୬ ଟି ସ୍ବର୍ଣ୍ଣ ସମେତ ମୋଟ ୨୪୮ପଦକ ସହିତ ପଦକ ତାଲିକାରେ ପ୍ରଥମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri