Posted inଖେଳ

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ ପରାସ୍ତ କରି ଚଳିତ ଏସିଆନ ଗେମ୍ସରେ ଦେଶ ପାଇଁ ତୃତୀୟ ସ୍ବର୍ଣ୍ଣ ହାସଲ କରିଛି। ଏହା ସହ ଭାରତର ମୋଟ ପଦକ ସଂଖ୍ୟା ୨୭ରେ ପହଞ୍ଚିଛି।

ମ୍ୟାଚ୍‌ର ପ୍ରଥମାର୍ଦ୍ଧରେ ଭାରତୀୟ ଦଳ ଇରାନ ଉପରେ ଚାପ ସୃଷ୍ଟି କରି ୨୨-୧୬ରେ ଅଗ୍ରଣୀ ରହିଥିଲା। ତେବେ ଦ୍ୱିତୀୟାର୍ଦ୍ଧରେ ଇରାନ ଜୋରଦାର ପ୍ରତ୍ୟାବର୍ତ୍ତନ କରିଥିଲା। ଏକ ସମୟରେ ସ୍କୋର ୨୭-୨୬ରେ ପହଞ୍ଚିଥିଲା ଏବଂ ଭାରତୀୟ ଦଳ ଅଲଆଉଟ ହୋଇଯାଇଥିଲା। ଫଳରେ ମ୍ୟାଚ୍‌ରେ ରୋମାଞ୍ଚ ବଢ଼ିଯାଇଥିଲା।

ଏହି ସମୟରେ ଟାଇମଆଉଟ ପରେ ଭାରତୀୟ ଦଳ ନିଜ ରଣନୀତିରେ ପରିବର୍ତ୍ତନ ଆଣିଥିଲା। ଶେଷ ୫ ମିନିଟ୍‌ରେ ଭାରତ ଜୋରଦାର ପ୍ରତ୍ୟାବର୍ତ୍ତନ କରି ମ୍ୟାଚକୁ ନିଜ ନିୟନ୍ତ୍ରଣକୁ ନେଇଥିଲା। ଭାରତୀୟ ଖେଳାଳିଙ୍କ ଚମତ୍କାର ପ୍ରଦର୍ଶନ ଆଗରେ ଇରାନ ଚାପରେ ପଡ଼ିଥିଲା ଏବଂ ଶେଷରେ ଭାରତ ୩୭-୩୪ରେ ବିଜୟୀ ହୋଇଥିଲା।

ଏହି ବିଜୟ ସହ ଏସିଆନ ଗେମ୍ସ ଇତିହାସରେ ଭାରତୀୟ ମହିଳା କବାଡ଼ି ଦଳ ଚତୁର୍ଥ ଥର ପାଇଁ ସୱର୍ଣ୍ଣ ପଦକ ଜିତିଛି। ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସରେ ଭାରତକୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ଏହା ବ୍ୟତୀତ ଅନ୍ୟ ସଂସ୍କରଣରେ ଭାରତୀୟ ମହିଳା କବାଡ଼ି ଦଳ ସ୍ବର୍ଣ୍ଣ ପଦକ ଜିତିଛି। ଏସିଆନ ଗେମ୍ସରେ ଭାରତୀୟ ମହିଳା କବାଡ଼ି ଦଳର ପଦକ ଜିତିବାର ଧାରା ମଧ୍ୟ ଜାରି ରହିଛି।
ଫାଇନାଲ ପୂର୍ବରୁ ଭାରତୀୟ ଦଳର ଅଧିନାୟିକା ପୁଷ୍ପା ରାଣା ଇରାନକୁ ଏକ ଶକ୍ତିଶାଳୀ ଓ ଟକ୍କର ଦେବା ଭଳି ଦଳ ବୋଲି କହିଥିଲେ। ତେବେ ନିଜ ଦଳ ସ୍ବର୍ଣ୍ଣ ପଦକ ଜିତିବ ବୋଲି ତାଙ୍କର ଦୃଢ଼ ବିଶ୍ୱାସ ଥିଲା। ଫାଇନାଲରେ ବିଜୟ ସହ ଭାରତୀୟ ଦଳ ସେହି ଆଶାକୁ ସଫଳ କରିଛି।
ଏସିଆନ ଗେମ୍ସ ୨୦୨୬ରେ ଏହା ଭାରତର ତୃତୀୟ ସ୍ବର୍ଣ୍ଣ ପଦକ। ଏହା ପୂର୍ବରୁ ଭାରତୀୟ ମହିଳା କ୍ରିକେଟ ଦଳ ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ଶୁଟିଂରେ କମଲଜିତ ଓ ସୁରୁଚି ସିଂହ ମିକ୍ସଡ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ହାସଲ କରିଛନ୍ତି। ଚଳିତ ଏସିଆନ ଗେମ୍ସରେ ଭାରତ ଏପର୍ଯ୍ୟନ୍ତ ମୋଟ ୨୭ଟି ପଦକ ଜିତି ପଦକ ତାଲିକାରେ ଦ୍ୱାଦଶ ସ୍ଥାନରେ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?