Posted inଖେଳ

୨ ଦିନରେ ଭାରତ ଜିତିଲା ପିଙ୍କ୍‌ ବଲ ଟେଷ୍ଟ

ଅହମ୍ମଦାବାଦ,୨୫।୨ : ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ପିଙ୍କ୍‌ ବଲ ଟେଷ୍ଟ ମ୍ୟାଚ୍‌ ମାତ୍ର ଦୁଇ ଦିନରେ ଶେଷ ହୋଇଛି। ଇଂଲଣ୍ଡକୁ ୧୦ ଉଇକେଟରେ ହରାଇ ଦେଇଛି ଟିମ୍‌ ଇଣ୍ଡିଆ। ଭ୍ରମଣକାରୀ ଦଳ ପକ୍ଷରୁ ଧାର୍ଯ୍ୟ ୪୯ ରନ୍‌ର ବିଜୟ ଲକ୍ଷ୍ୟକୁ ଭାରତ ମାତ୍ର ୭.୪ ଓଭରରେ ବିନା କ୍ଷତିରେ ହାସଲ କରି ନେଇଛି। ପୂର୍ବରୁ ପ୍ରଥମ ଇନିଂସରେ ଇଂଲଣ୍ଡ ୧୧୨ ରନ୍‌ କରିଥିବାବେଳେ ଭାରତ ୧୪୫ ରନ୍‌ କରିଥିଲା। ୩୩ ରନ୍‌ରେ ପଛୁଆ ଥିବା ଇଂଲଣ୍ଡ ଦ୍ୱିତୀୟ ଇନିଂସରେ ମାତ୍ର ୮୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ମ୍ୟାଚ୍‌ର ଉଭୟ ଇନିଂସରେ ଅକ୍ଷର ପଟେଲ ୫ ଉଇକେଟ ସଫଳତା ପାଇଛନ୍ତି। ଆଉ ଟେଷ୍ଟ କ୍ୟାରିୟରରେ ୪୦୦ ଉଇକେଟ ପୂରଣ କରିଛନ୍ତି ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଏହା ପିଙ୍କ୍‌ ବଲ ଟେଷ୍ଟ ମ୍ୟାଚ୍‌ର ମୁଖ୍ୟାଂଶ ଥିଲା। ବିଜୟ ସହ ଭାରତୀୟ ଦଳ ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୨-୧ର ଅଗ୍ରଣୀ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri