Posted inଖେଳ

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ ଓ୍ବେଷ୍ଟଇଣ୍ଡିଜ୍‌କୁ ପରାସ୍ତ କରିଛି। ଏହି ବିଜୟ ସହ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୨-୧ରେ ଆଗୁଆ ହୋଇଛି। ଏହି ମ୍ୟାଚ୍‌ରେ ଅଭିଷେକ ଅନ୍ତର୍ଜାତୀୟ ଟି୨୦ କ୍ୟାରିୟରରେ ୨ ହଜାର ରନ ପୁରଣ କରିଛନ୍ତି। ଏଥିସହିତ ଗୋଟିଏ ବର୍ଷରେ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ସର୍ବାଧିକ ସଂଖ୍ୟକ ଛକା ମାରିବାରେ ସେ ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସମକକ୍ଷ ହୋଇଛନ୍ତି। ସିରିଜ୍‌ର ଚତୁର୍ଥ ମ୍ୟାଚ୍‌ ଆସନ୍ତା ୧୪ରେ ହାଇଦ୍ରାବାଦରେ ଖେଳାଯିବ।

ଭାରତ ଆରମ୍ଭରୁ ସଞ୍ଜୁ ସାମସନ(୩)ଙ୍କ ଉଇକେଟ ହରାଇଥିଲା। ଅଭିଷେକ ଓ ଇଶାନ କିଷନ ବିସ୍ଫୋରକ ବ୍ୟାଟିଂ କରି ଦ୍ୱିତୀୟ ଉଇକେଟରେ ୪୦ ବଲରେ ୧୦୮ ରନ ଯୋଡ଼ିଥିଲେ। ଏହାପରେ ଦଳ ୨୦ ରନ୍‌ ମଧ୍ୟରେ ୪ ଉଇକେଟ ହରାଇଥିଲା। ଏକଦା ୮.୧ ଓଭର ସୁଦ୍ଧା ୧୧୫/୧ ସ୍କୋର କରିଥିବା ଭାରତ ୧୦.୫ ଓଭର ସୁଦ୍ଧା ୫ ଉଇକେଟ ହରାଇ ୧୩୫ ରନ କରିଥିଲା। ଇଶାନ ୧୮ ବଲରେ ୩୭ (୬ ଚୌକା ଓ ୧ ଛକା) ଓ ଅଭିଷେକ ୩୦ ବଲରେ ୬୯ (୬ ଚୌକା ଓ ୫ ଛକା) ରନ କରିଥିବା ବେଳେ ଅଧିନାୟକ ଶ୍ରେୟସ ଆୟାର (୧) ଓ ନମନ ଧିର (୧୦) ଫେଲ ମାରିଥିଲେ।

ଏହିଠାରୁ ନୀତୀଶ କୁମାର ରେଡ୍ଡୀ (୨୧ ରନ, ୩ ଚୌକା) ଓ ତିଲକ ବର୍ମା (୨୮ ରନ, ୪ ଚୌକା) ଷଷ୍ଠ ଉଇକେଟରେ ୩୪ ରନ ଯୋଡ଼ିଥିଲେ। ଶେଷ ଆଡ଼କୁ ଅକ୍ଷର ପଟେଲ ୨୦ (୨ ଚୌକା) ରନ କରିବାରୁ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨୨୩ ରନରେ ଅଲଆଉଟ୍‌ ହୋଇଯାଇଥିଲା।

ଜବାବରେ ଓ୍ବେଷ୍ଟଇଣ୍ଡିଜ୍‌ ଆରମ୍ଭରୁ ଅଧିନାୟକ ଶାଇ ହୋପ(୫)ଙ୍କ ଉଇକେଟ ହରାଇଥିଲା। କମିଲ ପୁରାନ (୪୨ ରନ, ୩ ଲେଖାଏ ଚୌକା ଓ ଛକା) ଓ ଶିମରନ ହେଟମାୟର (୪୩ ରନ, ୬ ଚୌକା ଓ ୨ ଛକା) ଦ୍ୱିତୀୟ ଉଇକେଟରେ ୬୦ ରନ ଯୋଡ଼ିଥିଲେ। ହେଲେ ଏହିଠାରୁ ଭାରତୀୟ ବୋଲରମାନେ କ୍ରମାଗତ ବ୍ୟବଧାନରେ ଉଇକେଟ ନେଇ ଭ୍ରମଣକାରୀ ଦଳକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଇଥିଲେ। ଶେଷ ଆଡ଼କୁ ଶାମର ସ୍ପ୍ରିଙ୍ଗରଙ୍କର ୧୧ ବଲରେ ବିସ୍ଫୋରକ ୩୫ (୨ ଚୌକା ଓ ୪ ଛକା) ରନର ଇନିଂସ ସତ୍ତ୍ୱେ ଓ୍ବେଷ୍ଟଇଣ୍ଡିଜ୍‌ ୨୦ ଓଭରରେ ୭ ଉଇକେଟ ହରାଇ ୨୦୯ ରନ କରିଥିଲା। ଭାରତ ପାଇଁ ଅର୍ଶଦୀପ ସିଂ ୩ ଓ ନମନ ଧିର ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?