Posted inଖେଳ

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ ୧୦୦ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ପୂର୍ବରୁ ଭାରତ ୨୦୦୦, ୨୦୦୮, ୨୦୧୨, ୨୦୧୮ ଓ ୨୦୨୨ରେ ଚାମ୍ପିୟନ ହୋଇଥିଲା। ବୈଭବଙ୍କ ବିସ୍ଫୋରକ ୧୭୫ ରନର ଇନିଂସ ସହାୟତାରେ ଭାରତ ୫୦ ଓଭରରେ ୯ ଉଇକେଟ ହରାଇ ୪୧୧ ରନ କରିଥିଲା। ଜବାବରେ ଇଂଲଣ୍ଡ କାଲେବ ଫାଲ୍କନରଙ୍କ ଶତକ ସତ୍ତ୍ୱେ ୪୦.୧ ଓଭରରେ ୩୧୧ ରନକରି ଅଲ୍‌ଆଉଟ ହୋଇଯାଇଥିଲା। ଏହି ମ୍ୟାଚରେ ବୈଭବ ଗୋଟିଏ ଇନିଂସରେ ବ୍ୟକ୍ତିଗତ ସର୍ବାଧିକ ସ୍କୋର, ସର୍ବାଧିକ ଛକା, ଦ୍ରୁତତମ ୧୫୦ ଆଦି ଅନେକ ରେକର୍ଡର ଅଧିକାରୀ ହୋଇଥିଲେ।

ରେକର୍ଡ ୪୧୨ ରନର ଟାର୍ଗେଟ ପାଇଥିବା ଇଂଲଣ୍ଡ କେବେହେଲେ ଭାରତ ସମକକ୍ଷ ପ୍ରଦର୍ଶନ କରିପାରି ନ ଥିଲା। ଟପ୍‌ ଅର୍ଡରରେ ବେନ୍‌ ଡକିନ୍ସ ୬୬, ବେନ୍‌ ମାୟେସ ୪୫ ଓ ଥୋମାସ ରିଉ ୩୧ ରନକରି ଯଦିଓ କିଛିଟା ଚ୍ୟାଲେଞ୍ଜ ଦେଇଥିଲେ ତେବେ ତାହା ପର୍ଯ୍ୟାପ୍ତ ହୋଇ ନ ଥିଲା। ୧୭୭ ରନ ମଧ୍ୟରେ ଦଳ ୭ ଉଇକେଟ ହରାଇ ବଡ଼ ପରାଜୟ ମୁହାଁ ହୋଇଥଲା। ଭାରତ ପକ୍ଷରୁ ଆର.ଏସ. ଆମ୍ବ୍ରିସ ୩ଟି, ଦୀପେଶ ଦେବେନ୍ଦ୍ରନ ଓ କନିଷ୍କ ଚୌହାନ ୨ଟି ଲେଖାଏ ଏବଂ ଖିଲାନ ପଟେଲ ଓ ଆୟୁଷ ମାହାତ୍ରେ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଭାରତ ମାତ୍ର ୨୦ ରନରେ ଓପନର ଆରୋନ ଜର୍ଜ (୯)ଙ୍କ ଉଇକେଟ ହରାଇ ଯଦିଓ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ତେବେ ଦ୍ୱିତୀୟ ଉଇକେଟରେ ବୈଭବ ସୂର୍ଯ୍ୟବଂଶୀ ଓ ଅଧିନାୟକ ଆୟୁଷ ମାହାତ୍ରେଙ୍କ ଦ୍ରୁତ ଶତକୀୟ ଭାଗୀଦାରି ବଳରେ ବଡ଼ ସ୍କୋର ପାଇଁ ପ୍ଲାଟ୍‌ଫର୍ମ ପ୍ରସ୍ତୁତ କରିଥିଲା। ଭାରତୀୟ ବ୍ୟାଟିଂର ମେରୁଦଣ୍ଡ ସାଜିଥିଲେ ବିସ୍ଫୋରକ ବୈଭବ। ସେ ମାତ୍ର ୮୦ ବଲ୍‌ରୁ ୧୫ ଚୌକା ଓ ୧୫ ଛକା ସହାୟତାରେ ୧୭୫ ରନ ସ୍କୋର କରି ଏକାଧିକ ରେକର୍ଡର ଅଧିକାରୀ ହୋଇଯାଇଥିଲେ। ବୈଭବ ୧୯ ବର୍ଷରୁ କମ୍‌ କ୍ରିକେଟ ବିଶ୍ୱକପର ଫାଇନାଲରେ ସର୍ବାଧିକ ରନ ସ୍କୋର କରିବାରୁ ଭାରତୀୟ ସ୍କୋର ମଧ୍ୟ ସର୍ବୋଚ୍ଚ (୪୧୧) ହୋଇଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri