Posted inଜାତୀୟ

କାନାଡାକୁ ମୁହଁତୋଡ ଜବାବ: କୂଟନୀତିଜ୍ଞଙ୍କୁ ଫେରାଇ ଆଣିଲା ଭାରତ

ନୂଆଦିଲ୍ଲୀ,୧୪ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରତିବାଦରେ ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର ସଞ୍ଜୟ କୁମାର ବର୍ମା ଓ ଅନ୍ୟ ବରିଷ୍ଠ କୂଟନୀତିଜ୍ଞମାନଙ୍କୁ ଫେରାଇ ଆଣିଛି।
କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ସରକାରର କାର୍ଯ୍ୟ କୂଟନୀତିଜ୍ଞମାନଙ୍କ ନିରାପତ୍ତା ପ୍ରତି ବିପଦ ସୃଷ୍ଟି କରିଛି। ଏଭଳି ଉଗ୍ରବାଦ ଏବଂ ହିଂସାତ୍ମକ ପରିବେଶରେ କୂଟନୀତିଜ୍ଞମାନେ ସେଠାରେ ରହିବା ସମ୍ଭବ ନୁହେଁ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି। କୂଟନୀତିଜ୍ଞମାନଙ୍କ ସୁରକ୍ଷା ପ୍ରତି କାନାଡାର ବର୍ତ୍ତମାନ ସରକାରଙ୍କ ପ୍ରତିଶ୍ରୁତି ଉପରେ ଭରସା ନାହିଁ। ତେଣୁ ଭାରତ ସରକାର ଏହାର ଉଚ୍ଚାୟୁକ୍ତ ଓ ଟାର୍ଗେଟରେ ଥିବା ଅନ୍ୟ ଅଫିସରମାନଙ୍କୁ ପ୍ରତ୍ୟାହାର କରିଆଣିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହାର କିଛି ସମୟ ପୂର୍ବରୁ ମନ୍ତ୍ରଣାଳୟ ଦିଲ୍ଲୀରେ ଥିବା କାନାଡା କୂଟନୀତିଜ୍ଞ ଷ୍ଟିଓ୍ବାର୍ଟ ହ୍ବିଲରଙ୍କୁ ସମନ ଜାରି କରିଥିଲେ। ଭାରତୀୟ ଉଚ୍ଚାୟୁକ୍ତ ଏବଂ ଅନ୍ୟ କୂଟନୀତିଜ୍ଞ ଓ ଅଧିକାରୀମାନଙ୍କୁ କାନାଡା ସରକାର ଟାର୍ଗେଟ କରିବା ନିରାଧାର ଏବଂ ଆଦୌ ଗ୍ରହଣୀୟ ନୁହେଁ ବୋଲି ହ୍ବିଲରଙ୍କୁ ଜଣାଇ ଦିଆଯାଇଛି। ଟ୍ରୁଡୋ ସରକାର ଭାରତରେ ଉଗ୍ରବାଦ, ହିଂସା ଏବଂ ବିଚ୍ଛିନ୍ନତାବାଦକୁ ସିମର୍ଥନ କରୁଥିବାରୁ ଏହା ବିରୋଧରେ ପଦକ୍ଷେପ ନେବାର ଅଧିକାର ଭାରତର ରହିଛି ବୋଲି ନୂଆଦିଲ୍ଲୀ ଅବଗତ କରାଇଛି। ଭାରତର ବାରମ୍ବାର ଅନୁରୋଧ ସତ୍ତ୍ୱେ ନିଜ୍ଜାର ହତ୍ୟା ସହ ଭାରତର ସମ୍ପୃକ୍ତି ନେଇ କାନାଡା ସରକାର କୌଣସି ପ୍ରମାଣ ଏପର୍ଯ୍ୟନ୍ତ ଶେୟାର କରିନାହାନ୍ତି। ଟ୍ରୁଡୋ ସରକାର କାନାଡାରୁ ମାଟିରେ ବିଚ୍ଛିନ୍ନତାବାଦୀ ତତ୍ତ୍ୱଙ୍କୁ କାବି କରିବା ପରିବର୍ତ୍ତେ ଭୋଟବ୍ୟାଙ୍କ ରାଜନୀତି କରୁଥିବା ନୂଆଦିଲ୍ଲୀ ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri