Posted inଖେଳ

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ ଆଡିଲେଡ୍‌ଠାରେ ଖେଳାଯାଇଥିବା ନିର୍ଣ୍ଣାୟକ ମ୍ୟାଚ୍ରେ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆକୁ ୧୭ ରନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୧୦ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟାଇଛି।

 

ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳର ଆରମ୍ଭ ଭଲ ନଥିଲେ ମଧ୍ୟ ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ଜେମିମା ରୋଡ୍ରିଗ ପାଳିକୁ ସମ୍ଭାଳିଥିଲେ। ସ୍ମୃତି ମନ୍ଧାନା ମାତ୍ର ୫୫ ବଲ୍‌ରେ ୮୨ ରନ୍‌ର ଏକ ଜବରଦସ୍ତ ଇନିଂସ ଖେଳିଥିଲେ। ଜେମିମା ରୋଡ୍ରିଗ୍ସ ମଧ୍ୟ ୫୯ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ହାସଲ କରିଥିଲେ। ଉଭୟଙ୍କ ମଧ୍ୟରେ ୧୨୧ ରନର ଭାଗିଦାରୀ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୧୭୬ ରନ୍‌ର ଏକ ବଡ଼ ସ୍କୋର ଛିଡ଼ା କରିଥିଲା।

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos

୧୭୭ ରନ୍‌ର ପିଛା କରୁଥିବା ଅଷ୍ଟ୍ରେଲିଆ ଦଳ ପ୍ରଥମ ଓଭରରେ ୧୮ ରନ ସଂଗ୍ରହ କରି ଧମାକାଦାର ଆରମ୍ଭ କରିଥିଲା। ମାତ୍ର ଯୁବ ସ୍ପିନର ଶ୍ରେୟଙ୍କା ପାଟିଲ ନିଜର ପ୍ରଥମ ଓଭରରେ ଉଇକେଟ ନେଇ ଅଷ୍ଟ୍ରେଲିଆକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଇଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ଆଶଲି ଗାର୍ଡନର (୫୭) ଲଢ଼ୁଆ ବ୍ୟାଟିଂ କରିଥିଲେ ମଧ୍ୟ ଦଳ ୨୦ ଓଭରରେ ୧୫୯ ରନ୍‌ରେ ସୀମିତ ରହିଯାଇଥିଲା।

ଏହି ବିଜୟ ସହ ଭାରତ ’ମଲ୍ଟି-ଫର୍ମାଟ ସିରିଜ’ରେ **୪-୨** ରେ ଆଗୁଆ ରହିଛି। ଏହି ଟି-୨୦ ସିରିଜ ପରେ ଏବେ ଉଭୟ ଦଳ ମଧ୍ୟରେ ଦିନିକିଆ(ODI) ଏବଂ ଶେଷରେ ଏକ ଟେଷ୍ଟ ମ୍ୟାଚ ଖେଳାଯିବ। ଅପରପକ୍ଷେ ୨୦୧୭ ପରଠାରୁ ଅଷ୍ଟ୍ରେଲିଆ ନିଜ ମାଟିରେ ପ୍ରଥମ କରି କୌଣସି ଏକ ଫର୍ମାଟ୍‌ରେ ସିରିଜ ପରାଜୟର ସାମ୍ନା କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?