Posted inଖେଳ

ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ଭାରତୀୟ ଦଳ ଘୋଷଣା

ମୁମ୍ବାଇ,୧୯।୮: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ହରମନପ୍ରୀତ କୌର ପ୍ରଥମ ଥର ପାଇଁ ୫୦ ଓଭର ବିଶ୍ୱକପରେ ଭାରତୀୟ ଦଳର ନେତୃତ୍ୱ ନେବେ। ଷ୍ଟାର ଓପନର ସ୍ମୃତି ମନ୍ଧାନାଙ୍କୁ ଉପ-ଅଧିନାୟକ ଦାୟିତ୍ୱ ଦିଆଯାଇଛି। ଭାରତ ସେପ୍ଟେମ୍ବର ୩୦ରେ ଶ୍ରୀଲଙ୍କା ବିପକ୍ଷରେ ନିଜର ଅଭିଯାନ ଆରମ୍ଭ କରିବ।

ତେବେ, ଟୁର୍ନାମେଣ୍ଟର ଉଦଘାଟନୀ ମ୍ୟାଚର ସ୍ଥାନ ଏପର୍ଯ୍ୟନ୍ତ ନିର୍ଦ୍ଧାରିତ ହୋଇନାହିଁ। କର୍ଣ୍ଣାଟକ ସରକାରଙ୍କ ନିଯୁକ୍ତ ଏକ କମିଶନ ବେଙ୍ଗାଲୁରୁର ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମକୁ ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁର ଆଇପିଏଲ ୨୦୨୫ ବିଜୟ ପରେଡ ଓ ଉତ୍ସବ ସମୟରେ ହୋଇଥିବା ଭୟାବହ ଜନଗହଳି ପରେ ବୃହତ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଅସୁରକ୍ଷିତ ଘୋଷଣା କରିଛି।

ଓପନର ଶେଫାଲୀ ବର୍ମା ବିଶ୍ୱକପ ଦଳ ତଥା ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ଦଳରୁ ବାଦ ପଡ଼ିଛନ୍ତି।

୨୦୨୪ ଆରମ୍ଭରୁ ଭାରତୀୟ ମହିଳା ଦଳ ପ୍ରତିଦ୍ୱନ୍ଦୀ ଅଷ୍ଟ୍ରେଲିଆକୁ ଛାଡ଼ି ଅନ୍ୟ ସମସ୍ତ ଦଳ ବିପକ୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛି। ହରମନପ୍ରୀତଙ୍କ ନେତୃତ୍ୱାଧୀନ ଦଳ ଘରୋଇ ମାଟିରେ ଦକ୍ଷିଣ ଆଫ୍ରିକା, ନ୍ୟୁଜିଲାଣ୍ଡ, ୱେଷ୍ଟଇଣ୍ଡିଜ ଓ ଆୟାରଲାଣ୍ଡକୁ ପରାସ୍ତ କରିଥିବା ବେଳେ ଇଂଲଣ୍ଡ ବିପକ୍ଷରେ ସମ୍ପ୍ରତି ସମାପ୍ତ ସିରିଜରେ ୨-୧ରେ ବିଜୟୀ ହୋଇଛି। ଶ୍ରୀଲଙ୍କାରେ ଅନୁଷ୍ଠିତ ତ୍ରି-ଦେଶୀୟ ଟୁର୍ନାମେଣ୍ଟରେ ମଧ୍ୟ ଭାରତ ଶ୍ରୀଲଙ୍କା ଓ ଦକ୍ଷିଣ ଆଫ୍ରିକାକୁ ହରାଇ ଟ୍ରଫି ଜିତିଛି। ତେବେ, ବିଶ୍ୱ ଚାମ୍ପିଅନ ଅଷ୍ଟ୍ରେଲିଆ ବିପକ୍ଷରେ ଆଗାମୀ ଦିନିକିଆ ସିରିଜ (୧୪ରୁ ୨୦ ସେପ୍ଟେମ୍ବର) ମୁଲ୍ଲାନପୁର ଓ ଦିଲ୍ଲୀରେ ଖେଳାଯିବ, ଯାହା ବିଶ୍ୱକପ ପୂର୍ବରୁ ଭାରତର ଅନ୍ତିମ ପ୍ରସ୍ତୁତି ହେବ।

ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ଭାରତୀୟ ଦଳ:

ହରମନପ୍ରୀତ କୌର (ଅଧିନାୟକ), ସ୍ମୃତି ମନ୍ଧାନା (ଉପ-ଅଧିନାୟକ), ପ୍ରତିକା ରାୱାଲ, ହରଲୀନ ଦେଓଲ, ଦୀପ୍ତି ଶର୍ମା, ଜେମିମା ରୋଡ୍ରିଗ୍ୟୁଜ, ରେଣୁକା ସିଂ ଠାକୁର, ଅରୁନ୍ଧତୀ ରେଡ୍ଡୀ, ରିଚା ଘୋଷ (ଉଇକେଟକିପର), କ୍ରାନ୍ତି ଗୌଡ଼, ଅମନଜୋତ କୌର, ରାଧା ଯାଦବ, ଶ୍ରୀ ଚରଣୀ, ୟାସ୍ତିକା ଭାଟିଆ (ଉଇକେଟକିପର), ସ୍ନେହ ରାଣା।

ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ପାଇଁ ଦଳ:
ହରମନପ୍ରୀତ କୌର (ଅଧିନାୟକ), ସ୍ମୃତି ମନ୍ଧାନା (ଉପ-ଅଧିନାୟକ), ପ୍ରତିକା ରାୱାଲ, ହରଲୀନ ଦେଓଲ, ଦୀପ୍ତି ଶର୍ମା, ଜେମିମା ରୋଡ୍ରିଗ୍ୟୁଜ, ରେଣୁକା ସିଂ ଠାକୁର, ଅରୁନ୍ଧତୀ ରେଡ୍ଡୀ, ରିଚା ଘୋଷ (ଉଇକେଟକିପର), କ୍ରାନ୍ତି ଗୌଡ଼, ସାୟାଲୀ ସାତଘରେ, ରାଧା ଯାଦବ, ଶ୍ରୀ ଚରଣୀ, ୟାସ୍ତିକା ଭାଟିଆ (ଉଇକେଟକିପର), ସ୍ନେହ ରାଣା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

ପ୍ରୋଟୋକଲ୍ ଭାଙ୍ଗିଲେ ମୋଦି: ୟୁଏଇ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ଏପରି କଲେ ସ୍ୱାଗତ

ନୂଆଦିଲ୍ଲୀ,୧୯।୧: ଭାରତ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ବଢୁଥିବା ସମ୍ପର୍କର ଏକ ଭିନ୍ନ ଦୃଶ୍ୟ ସୋମବାର ଦେଖିବାକୁ ମିଳିଛି। ୟୁଏଇ ରାଷ୍ଟ୍ରପତି ଶେଖ୍...

ବାଂଲାଦେଶକୁ ଅଡୁଆରେ ପକାଇଲା ICC, ବିସିବି ପାଖରେ ଏବେ କେବଳ ଗୋଟିଏ ରାସ୍ତା

ନୂଆଦିଲ୍ଲୀ,୧୯।୧: ବାଂଲାଦେଶ ଟି-୨୦ ବିଶ୍ୱକପ ବିବାଦରେ ସବୁ ଦିଗରୁ ଘେରି ରହିଥିବା ପରି ମନେ ହେଉଛି, ଯାହା ଫଳରେ ଆଇସିସିର ଦାବି ପାଳନ କରିବା ବ୍ୟତୀତ...

ଟି୨୦ ବିଶ୍ୱକପ୍‌ ବିବାଦ: ବାଂଲାଦେଶ ଆଗରେ ଏହି ସର୍ତ୍ତ ରଖିଲା ଆଇସିସି

ବେଙ୍ଗାଲୁରୁ,୧୯।୧- ଆସନ୍ତା ଫେବୃଆରୀରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ବାଂଲାଦେଶ ଦଳ ଅଂଶଗ୍ରହଣ କରିବ କି ନାହିଁ, ସେ ନେଇ ଲାଗି ରହିଥିବା ଅନିଶ୍ଚିତତା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri