Posted inଖେଳ

ଆଜି ଭାରତ-ଦ. ଆଫ୍ରିକା ଫାଇନାଲ

ନଭି ମୁମ୍ବାଇ,୨ା୧୧(ପି.ଟି.): ଚଳିତ ଆଇସିସି ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ ରବିବାର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଖେଳାଯିବ। ଏହି ହାଇଭୋଲ୍‌ଟେଜ ମ୍ୟାଚ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ପରସ୍ପରକୁ ଭେଟିବାକୁ ଯାଉଛନ୍ତି।

ଉଭୟ ଦଳ କଦାପି ବିଶ୍ୱକପ୍‌ ଜିତି ନ ଥିବାରୁ ଏଥର ବିଶ୍ୱକୁ ନୂଆ ମହିଳା ଚାମ୍ପିୟନ ମିଳିବ। ଭାରତ ଏହି ଫାଇନାଲ ଜିତିବାକୁ ସକ୍ଷମ ହେଲେ ହରମନପ୍ରୀତ୍‌ କୌର ପ୍ରଥମ ଭାରତୀୟ ଅଧିନାୟିକା ଭାବେ ବିଶ୍ୱକପ୍‌ ଟ୍ରଫି ଉଠାଇବେ। ତୃତୀୟଥର ପାଇଁ ଫାଇନାଲରେ ପ୍ରବେଶ କରିଥିବା ଭାରତୀୟ ଦଳ ୨୦୦୫ ଓ ୨୦୧୭ ସଂସ୍କରଣରେ ରନରଅପ୍‌ ହୋଇଥିଲା। ୭ଥରର ଚାମ୍ପିୟନ ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ ଐତିହାସିକ ବିଜୟ ହାସଲ କରିଥିବା ଭାରତୀୟ ଦଳ ଖୁବ୍‌ ଆତ୍ମବିଶ୍ୱାସ ସହ ପଡ଼ିଆକୁ ଓହ୍ଲାଇବ। ବ୍ୟାଟିଂ ଫ୍ରେଣ୍ଡ୍‌ଲି ପିଚ୍‌ ଓ ସନ୍ଧ୍ୟାରେ କାକରର ସମ୍ଭାବନା ରହିଥିବାରୁ ଏହା ଏକ ହାଇ ସ୍କୋରିଂ ମ୍ୟାଚ୍‌ ହେବ ବୋଲି ଆଶା କରାଯାଉଛି। ସମାନ ଭେନ୍ୟୁରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ସେମିଫାଇନାଲରେ ୩୩୯ ରନର ବିଶାଳ ଟାର୍ଗେଟର ପିଛା କରି ଭାରତୀୟ ମହିଳା ଦଳ ଐତିହାସିକ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri