Posted inଖେଳ

ମହିଳା ବିଶ୍ୱକପ୍‌: ଭାରତର ବୃହତ୍‌ ବିଜୟ

ହାମିଲ୍‌ଟନ,୧୨ା୩: ହାମିଲ୍‌ଟନରେ ଶନିବାର ଖେଳାଯାଇଥିବା ମହିଳା ବିଶ୍ୱକପ୍‌ର ତୃତୀୟ ମ୍ୟାଚରେ ଟିମ୍‌ ଇଣ୍ଡିଆ ୱେଷ୍ଟଇଣ୍ଡିଜ୍‌କୁ ୧୫୫ ରନ୍‌ରେ ହରାଇ ଦେଇଛି।
ଟିମ୍‌ ଇଣ୍ଡିଆ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ସ୍ମୃତି ମାନ୍ଧାନାଙ୍କ ସହ ଉପଅଧିନାୟକ ହରମନପ୍ରୀତ କୌର ଦମ୍‌ଦାର ବ୍ୟାଟିଂ କରି ଶତକ ହାସଲ କରିଥିଲେ। ଫଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୧୭ ରନ୍‌ କରିଥିଲା। ୱେଷ୍ଟଇଣ୍ଡିଜ ଆଗରେ ୩୧୮ ରନ୍‌ର ବଡ଼ ସ୍କୋର ରଖିଥିଲା ଟିମ୍‌ ଇଣ୍ଡିଆ। ହେଲେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୱେଷ୍ଟଇଣ୍ଡିଜ ୪୦.୩ ଓଭରରେ ସମସ୍ତ ଉଇକେଟ ହରାଇ ୧୬୨ ରନ୍‌ କରିବାରେ ସଫଳ ହୋଇଥିଲେ।
୩୧୮ ରନ୍‌ର ଟାର୍ଗେଟକୁ ପିଛା କରୁଥିବା ୱେଷ୍ଟଇଣ୍ଡିଜର ଦୁଇ ଓପନର ଡିଏଣ୍ଡ୍ରା ଡଟିନ ଓ ହାଲେ ମାଥ୍ୟୁସ ଜବରଦସ୍ତ ଆରମ୍ଭ ଦେଇଥିଲେ। ୧୨ ଓଭରରେ ଉଭୟ ୧୦୦ ରନ୍‌ କରି ଭଲ ଷ୍ଟାର୍ଟ ଦେଇଥିଲେ। ୪୬ ବଲ୍‌ରେ ୬୨ ରନ୍‌ କରିଥିବା ଡଟିନଙ୍କୁ ସ୍ନେହା ରଣା ଆଉଟ କରି ଭାରତକୁ ପ୍ରଥମ ସଫଳତା ଦେଇଥିଲେ। ପରେ ୱେଷ୍ଟଇଣ୍ଡିଜର ବ୍ୟାଟିଂ ବିପର୍ଯ୍ୟୟ ଆରମ୍ଭ ହୋଇଥିଲା। ମେଘନା ସିଂହ କାଇଶୋନା ନାଇଟ(୫) ଓ ଅଧିନାୟକ ଷ୍ଟେଫାନୀ ଟେଲର୍‌(୧)ଙ୍କୁ ଆଉଟ କରି ଭାରତର ବିଜୟ ପଥ ପରିଷ୍କାର କରିଥିଲେ। ଫର୍ମରେ ଥିବା ମାଥ୍ୟୁସ ୪୩ ରନ୍‌ କରି ସ୍ନେହା ରଣାଙ୍କ ବଲ୍‌ରେ ଆଉଟ ହୋଇଯାଇଥିଲେ। ପରେ ୱେଷ୍ଟଇଣ୍ଡିଜ ବ୍ୟାକ୍‌ ଫୁଟକୁ ଚାଲି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri