Posted inଖେଳ

ମହିଳା ଭାରତୀୟ ଦଳର ବିଜୟ ଅଭିଯାନ

ଡାମ୍ବୁଲା,୨୩।୬: ଡାମ୍ବୁଲାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳ ୩୪ ରନ୍‌ରେ ଶ୍ରୀଲଙ୍କାକୁ ହରାଇ ଦେଇଛି। ଏହି ବିଜୟ ସହ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୩୮ ରନ୍‌ କରିଥିବା ବେଳେ ଘରୋଇ ଶ୍ରୀଲଙ୍କା ୫ ଉଇକେଟ ହରାଇ ୧୦୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା।

ଟସ୍‌ ଜିତି ବ୍ୟାଟିଂ କରିଥିବା ଭାରତୀୟ ଦଳକୁ ଆରମ୍ଭରୁ ଡବଲ ଝଟ୍‌କା ଲାଗିଥିଲା। ଚତୁର୍ଥ ଓଭରରେ କ୍ରମାଗତ ବଲରେ ସ୍ମୃତି ମନ୍ଧାନା(୧) ଓ ସାବିନେନି ମେଘନା (୦) ଆଉଟ୍‌ ହୋଇଥିଲେ। ତାଙ୍କ ପରେ ପ୍ୟାଭିଲିଅନ ଫେରିଥିଲେ ୩୧ ବଲରେ ୩୧(୪ ଚୌକା) ରନ୍‌ କରିଥିବା ଶେଫାଳୀ ବର୍ମା। ଅଧିନାୟକ ହରମନ(୨୨ ରନ, ୩ ଚୌକା) ମଧ୍ୟ କିଛି ଖାସ କରିପାରି ନ ଥିଲେ। ଭାରତୀୟ ଦଳ ୧୭ ଓଭରରେ ୧୦୬ ରନ୍‌ରେ ପ୍ରମୁଖ ୬ ବ୍ୟାଟରଙ୍କ ଉଇକେଟ ହରାଇ ସଙ୍କଟରେ ଥିଲା। ଅନ୍ତିମ ୩ ଓଭରରେ ଦଳକୁ ଭଲ ଫିନିଶିଂ ପ୍ରଦାନ କରିଥିଲେ ଜେମିମ୍ମା ରୋଡ୍ରିଗୁଏଜ ଓ ଦୀପ୍ତି ଶର୍ମା। ରୋଡ୍ରିଗୁଏଜ ୨୭ ବଲରେ ୩୬ (୩ ଚୌକା ଓ ୧ ଛକା) ଓ ଦୀପ୍ତି ୮ ବଲରେ ୧୭ (୩ ଚୌକା) ରନ୍‌ କରି ଅପରାଜିତ ଥିଲେ। ଫଳରେ ଭାରତ ୨୦ ଓଭରରେ ୬ ଉଇକେଟରେ ୧୩୮ ରନ୍‌ କରିପାରିଥିଲା। ଘରୋଇ ଦଳ ପାଇଁ ରାଣାଓ୍ବିରା ୩ ଏବଂ ଓ ରାଣାସିଂଙ୍ଘେ ୨ ଉଇକେଟ ନେଇଥିଲେ। ଜବାବରେ ପ୍ରାରମ୍ଭିକ ବିପର୍ଯ୍ୟୟ ଏବଂ ଭାରତୀୟ ବୋଲରଙ୍କ ମାପଚୁପ୍‌ ବୋଲିଂ ଯୋଗୁ ଶ୍ରୀଲଙ୍କା କଦାପି ଆବଶ୍ୟକ ରନ୍‌ ହାର ପାଖାପାଖି ପହଞ୍ଚି ପାରି ନ ଥିଲା। ଘରୋଇ ଦଳ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୫ ଉଇକେଟ ହରାଇ ୧୦୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଶ୍ରୀଲଙ୍କା ପକ୍ଷରୁ କାବିଶା ଦିଲହାରୀ ୪୭ ରନ୍‌ କରି ନଟ୍‌ଆଉଟ୍‌ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri