Posted inଖେଳ

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଭାରତ ୬୪ ରନରେ ପାକିସ୍ତାନକୁ ପରାସ୍ତ କରିଛି। ୧୭୧ ରନର ଟାର୍ଗେଟର ଜବାବରେ ପାକିସ୍ତାନ ୧୭ ଓଭରରେ ୧୦୬ ରନରେ ଅଲଆଉଟ୍‌ ହୋଇଯାଇଥିଲା।

ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଶେଫାଳି ବର୍ମା (୬) ଓ ଜେମିମା ରୋଡ୍ରିଗ୍ସ (୧)ଙ୍କ ଉଇକେଟ ହରାଇଥିଲା। ଏଭଳି ପରିସ୍ଥିତିରେ ଅଧିନାୟିକା ହରମନପ୍ରୀତଙ୍କ ସହ ଉପ ଅଧିନାୟିକା ସ୍ମୃତି ମନ୍ଧାନା ମିଶି ଦଳୀୟ ସ୍ଥିତିରେ ସୁଧାର ଆଣିଥିଲେ। ଦୁହେଁ ତୃତୀୟ ଉଇକେଟରେ ୯୧ ରନ ଯୋଡ଼ିଥିଲେ। ଦ୍ରୁତ ଗତିରେ ରନ କରୁଥିବା ମନ୍ଧାନା ୪୪ ବଲରେ ୬୮ (୯ ଚୌକା ଓ ୨ ଛକା) ରନ କରି ଆଉଟ୍‌ ହୋଇଥିବା ବେଳେ ହରମନପ୍ରତୀ ୩୬ (୪ ଚୌକା) ରନ କରି ପାଭିଲିଅନ ଫେରିଥିଲେ। ଶେଷ ଆଡ଼କୁ ରିଚା ଘୋଷ ଆଟାକିଂ ବ୍ୟାଟିଂ କରିଥିଲେ। ସେ ୧୭ ବଲରେ ୪ ଚୌକା ଓ ୧ ଛକା ସହାୟତାରେ ୩୪ ରନ କରି ଅନ୍ତିମ ଓଭରରେ ଆଉଟ୍‌ ହୋଇଥିଲେ। ଏଥିଯୋଗୁ ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୦ ରନ କରିଥିଲା।

ଜବାବରେ ପାକିସ୍ତାନ ପାଓ୍ବାରପ୍ଲେ ଶେଷ ସୁଦ୍ଧା ୧ ଉଇକେଟ ହରାଇ ୫୨ ରନ କରିଥିଲା। କିନ୍ତୁ ଫିଲ୍ଡ ଖୋଲିବା ପରେ ଦୀପ୍ତି ଓ ଶ୍ରୀ ଚରନୀଙ୍କ ବୋଲିଂ ଯୋଗୁ ପାକିସ୍ତାନ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୭ ଓଭରରେ ୧୦୬ ରନରେ ଅଲଆଉଟ୍‌ ହୋଇଯାଇଥିଲା। ପାକିସ୍ତାନ ପାଇଁ ମୁନିବା ଅଲୀ (୪୧)ଙ୍କୁ ଛାଡ଼ି ଦେଲେ ଅନ୍ୟ କେହି ଆଖିଦୃଶିଆ ପ୍ରଦର୍ଶନ କରିପାରି ନ ଥିଲେ। ଭାରତ ପକ୍ଷରୁ ଦୀପ୍ତି ୫ ଓ ଚରନୀ ୩ ଉଇକେଟ ନେଇଥିଲେ। ଭାରତ ଆସନ୍ତା ୧୭ ତାରିଖରେ ନେଦରଲାଣ୍ଡ୍ସକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?