Posted inଖେଳ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ, ୨୮।୦୬: ଭାରତୀୟ ମହିଳା କ୍ରିକେଟ ଦଳ ଟେଷ୍ଟ ଇତିହାସରେ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏକ ଟେଷ୍ଟ ମ୍ୟାଚରେ ଗୋଟିଏ ଦିନରେ ସର୍ବାଧିକ ରନ ସଂଗ୍ରହ କରି ଭାରତ ଏହି ବିଶ୍ୱ ରେକର୍ଡ ନିଜ ନାମରେ କରିଛି । ଚେନ୍ନାଇର ଚେପାକ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ଭାରତ ୪ ୱିକେଟ ବିନିମୟରେ ୫୨୫ ରନ ସଂଗ୍ରହ କରିଛି । ଶେଫାଳୀ ବର୍ମା ଦ୍ୱିଶତକ ହାସଲ କରିଥିବାବେଳେ ସ୍ମୃତି ମାନ୍ଦନା ୧୪୯ ରନକରି ପାଭିଲିୟନକୁ ଫେରିଥିଲେ। ଉଭୟ ବ୍ୟାଟ୍ସମ୍ୟାନ ପ୍ରଥମ ୱିକେଟ ପାଇଁ ୨୯୨ ରନର ଭାଗିଦ୍ରୀ ଖେଳି ରେକର୍ଡ କରିଥିଲେ।

ମହିଳା ଟେଷ୍ଟ କ୍ରିକେଟ ରେ ଗୋଟିଏ ଦିନରେ ଏହା ସର୍ବାଧିକ ସ୍କୋର । ଏହାପୂର୍ବରୁ ଏହି ରେକର୍ଡ ଇଂଲଣ୍ଡ ନାମରେ ଥିଲା। ୧୯୩୫ ମସିହାରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ୨ ୱିକେଟ ବିନିମୟରେ ଦଳ ୪୩୧ ରନ ସଂଗ୍ରହ କରିଥିଲା। ଅନ୍ୟପଟେ ୨୦ ବର୍ଷୀୟ ଶାଫାଳୀ ବର୍ମା ମାତ୍ର ୧୯୪ଟି ବଲରେ ନିଜର ଦ୍ୱିଶତକ ପୂରଣ କରି ପଡ଼ିଆ ଛାଡିଥିଲେ। ଜଣେ ଅଷ୍ଟ୍ରେଲୀୟ ଖେଳାଳି ଚଳିତ ବର୍ଷ ଆରମ୍ଭରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୨୪୮ ବଲରେ ଦ୍ୱିଶତକ ହାସଲ କରିଥିଲେ। ୫ତମ ଟେଷ୍ଟ ଖେଳୁଥିବା ଶେଫାଳୀ ତାଙ୍କ ଆକ୍ରମଣାତ୍ମକ ଇନିଂସରେ ୨୩ଟି ଚୌକା ଓ ୮ଟି ଛକା ମାରିଥିଲେ । ଏହାପୂର୍ବରୁ ଟେଷ୍ଟରେ ତାଙ୍କର ସର୍ବାଧିକ ସ୍କୋର ୯୬ ରନ ଥିଲା। ଭାରତୀୟ ମହିଳା ଟିମ୍‌ର ପୂର୍ବତନ କ୍ୟାପ୍ଟେନ୍‌ ମିତାଲି ରାଜଙ୍କ ପରେ ଦ଼୍ବିତୀୟ ଭାରତୀୟ ମହିଳା କ୍ରିକେଟର ଭାବେ ଏହି ଦ଼୍ବି ଶତକ ହାସଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri