Posted inଖେଳ

ଏମିତି ବି କିଏ ଆଉଟ୍‌ ହୁଏ…ଦେଖନ୍ତୁ ଭିଡିଓ

ଖ୍ରୀଷ୍ଟଚର୍ଚ୍ଚ,୧୮।୨: ଭାରତୀୟ ମହିଳା କ୍ରିକେଟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ମିତାଲି ରାଜଙ୍କ ଅଧିନାୟକତ୍ୱ ଦଳକୁ କ୍ରମାଗତ ତୃତୀୟ ଦିନିକିଆରେ ଆୟୋଜକଙ୍କ ହାତରୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଶୁକ୍ରବାର କ୍ୱିନ୍ସଟାଉନରେ ଖେଳାଯାଇଥିବା ସିରିଜର ତୃତୀୟ ଦିନିକିଆରେ ନ୍ୟୁଜିଲାଣ୍ଡ ଭାରତକୁ ୩ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ଦଳ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୩-୦ରେ ଆଗୁଆ ରହିଛି। ଏହାପୂର୍ବରୁ ଟିମ ଇଣ୍ଡିଆକୁ ଏକମାତ୍ର ଟି -୨୦ ମ୍ୟାଚରେ ମଧ୍ୟ ପରାଜୟର ସାମ୍ନା କରିବାକୁ ପଡିଥିଲା।
ତୃତୀୟ ଦିନିକିଆରେ ଭାରତୀୟ ବ୍ୟାଟ୍ସମ୍ୟାନ ହରମାନପ୍ରୀତ କୌର ଯେପିରି ଢଙ୍ଗରେ ଆଉଟ ହୋଇଥିଲେ ତାହା ଦେଖି ପ୍ରଶଂସକମାନେ ନିରାଶ ହୋଇଛନ୍ତି। ସୋସିଆଲ ମିଡିଆରେ ହରମାନପ୍ରୀତଙ୍କ ରନଆଉଟ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭାରତୀୟ ଇନିଂସର ୨୮ତମ ଓଭରରେ ନ୍ୟୁଜିଲାଣ୍ଡର ସ୍ପିନର ଫ୍ରାନ୍ସିସ ମ୍ୟାକୋଇ ବୋଲିଂ କରିଥିଲେ। ଏହି ଓଭରର ଚତୁର୍ଥ ବଲରେ ହରମାନପ୍ରୀତ କ୍ରିଜରୁ ବାହାରି ବଡ଼ ସଟ ମାରିବାକୁ ଚେଷ୍ଟା କରିଥିଲେ। ଅବଶ୍ୟ, ବଲ ସେ ଠିକ ଭାବରେ ମାରି ପାରି ନ ଥିଲେ। ଏବଲ୍‌ ସିଧା ବୋଲର ମ୍ୟାକୋଇଙ୍କ ନିକଟକୁ ଯାଇଥିଲା। ସେ ତୁରନ୍ତ ବଲ୍‌କୁ ଉଇକେଟ କିପର ମାର୍ଟିନଙ୍କ ନିକଟକୁ ବଲ ପକାଇଥିଲେ ଏବଂ ହରମାନପ୍ରୀତ କ୍ରିଜକୁ ଫେରିବା ବେଳକୁ ରନ୍‌ଆଉଟ୍‌ ହୋଇଥିଲେ।
ଏହି ରନଆଉଟ ର ଭିଡିଓ ଦେଖିବା ପରେ ପ୍ରଶଂସକମାନେ ହରମାନପ୍ରୀତଙ୍କୁ ଟ୍ରୋଲ କରୁଛନ୍ତି। ଜଣେ ପ୍ରଶଂସକ ଲେଖିଛନ୍ତି, ଦଳରୁ ହରମାନପ୍ରୀତଙ୍କୁ ବାହାରିବାର ସମୟ ଆସିଛି। ଅନ୍ୟ ଜଣେ ପ୍ରଶଂସକ ଲେଖିଛନ୍ତି, ବୋଧହୁଏ ସେ ଶୋଇପଡିଥିଲେ। ଅନ୍ୟ ଜଣେ ପ୍ରଶଂସକ ଲେଖିଛନ୍ତି, ଏମିତି ବି କିଏ ଆଉଟ୍‌ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?