Posted inଖେଳ

ଭାରତକୁ ୨ ସ୍ବର୍ଣ୍ଣ, ୧ ବ୍ରୋଞ୍ଜ

ଭୁବନେଶ୍ୱର, ୩୦।୯ (କ୍ରୀଡ଼ା ପ୍ରତିନିଧି):ଜର୍ଜିଆର ବାଟୁମିଠାରେ ବିଶ୍ୱ କ୍ୟାଡେଟ୍‌ ଚେସ୍‌ ଚାମ୍ପିୟନଶିପ୍‌ ଚଳିତ ମାସ ୧୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ୮ ବର୍ଷରୁ କମ୍‌ (ବାଳିକା ଓ ବାଳକ), ୧୦ ବର୍ଷରୁ କମ୍‌ (ବାଳିକା ଓ ବାଳକ) ଓ ୧୨ ବର୍ଷରୁ କମ୍‌ (ବାଳିକା ଓ ବାଳକ) ବର୍ଗରେ ପ୍ରତିଯୋଗିତା ହୋଇଥିଲା। ପ୍ରତିଯୋଗିତାରେ ମୋଟ ୭୪୭ ପ୍ରତିଯୋଗୀ ଅଂଶଗ୍ରହଣ କରିଥିବାବେଳେ ଭାରତରୁ ୨୫ ଜଣ ପ୍ରତିନିଧିତ୍ୱ କରିଥିଲେ। ଭାରତ ଏହି ପ୍ରତିଯୋଗିତାରୁ ୨ ସ୍ବର୍ଣ୍ଣ ଓ ୧ ବ୍ରୋଞ୍ଜ ପଦକ ହାସଲ କରିଛି। ଓଡ଼ିଶା ପାଇଁ ଗର୍ବର କଥା ହେଉଛି ଯେ, ଜଣେ ଓଡ଼ିଆ ଝିଅ କ୍ୟାଣ୍ଡିଡେଟ ମାଷ୍ଟର ଅପରାଜିତା ଗୋଚ୍ଛିକାର ବାଳିକା ଦଳର ପ୍ରଶିକ୍ଷକ ଥିଲେ। ତାମିଲନାଡୁର ସୁବ୍ରମଣ୍ୟନ୍‌ ଏସ.ସି. ବାଳକ ଦଳର ପ୍ରଶିକ୍ଷକ ଦାୟିତ୍ୱ ତୁଲାଇଥିଲେ। ଅଲ୍‌ ଇଣ୍ଡିଆ ଚେସ୍‌ ଫେଡେରେଶନ୍‌ (ଏଆଇସିଏଫ୍‌)ର ସମ୍ପାଦକ ବିପନେଶ ଭରଦ୍ୱାଜ ପ୍ରତିନିଧି ଦଳର ମୁଖ୍ୟ ଭାବେ ଯୋଗ ଦେଇଥିଲେ।
୧୨ ବର୍ଷରୁ କମ୍‌ ବାଳିକା ବର୍ଗରେ ଏଏଫ୍‌ଏମ୍‌ ଶୁଭି ଗୁପ୍ତା ସ୍ବର୍ଣ୍ଣ, ୮ ବର୍ଷରୁ କମ୍‌ ବାଳିକା ବର୍ଗରେ ଚାରଭି ଏ. ସ୍ବର୍ଣ୍ଣ ଏବଂ ୮ ବର୍ଷରୁ କମ୍‌ ଓପନ୍‌ ବର୍ଗରେ ଏଏଫ୍‌ଏମ୍‌ ସାଫିନ୍‌ ସଫରୁଲ୍ଲାଖାନ୍‌ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଅପରାଜିତାଙ୍କ ପ୍ରଶିକ୍ଷଣରେ ଉଭୟ ଚାରଭି ଓ ଶୁଭି ଶ୍ରେଷ୍ଠ ସଫଳତା ପାଇଛନ୍ତି। ମୋଟ ପଦକ ତାଲିକାରେ ରୁଷିଆ (ଫିଡେ ଭାବେ ପ୍ରତିନିଧିତ୍ୱ କରୁଥିବା) ୨ଟି ସ୍ବର୍ଣ୍ଣ, ୧ ରୌପ୍ୟ ଓ ୧ ବ୍ରୋଞ୍ଜ ପଦକ ହାସଲ କରି ପ୍ରଥମ ସ୍ଥାନ ଅଧିକାର କରିଛି। ଭାରତ ଦ୍ୱିତୀୟ ସ୍ଥାନରେ ଥିବାବେଳେ ୨ ସ୍ବର୍ଣ୍ଣ ପଦକ ଜିତି ଫ୍ରାନ୍ସ ତୃତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri