Posted inଖେଳ

ଭାରତକୁ ଗୋଟିଏ ଦିନରେ ମିଳିଲା ୬ ପଦକ

ବର୍ମିଂହାମ୍‌,୬ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ରେସ୍‌ଲରମାନେ ଶୁକ୍ରବାର ୩ ସ୍ବର୍ଣ୍ଣ ଏବଂ ଗୋଟିଏ ରୌପ୍ୟ ଓ ୨ ବ୍ରୋଞ୍ଜ ସହ ୬ ପଦକ ପଦକ ଜିତିଛନ୍ତି। ଷ୍ଟାର ରେସ୍‌ଲର ବଜରଙ୍ଗ ପୁନିଆ ତାଙ୍କ ଟାଇଟଲ ବଜାୟ ରଖିବାରେ ସମର୍ଥ ହୋଇଛନ୍ତି। ମହିଳା ରେସଲର ସାକ୍ଷୀ ମଲିକ ମହିଳା ୬୨କେଜି ଫ୍ରିଷ୍ଟାଇଲ ଶ୍ରେଣୀରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଫାଇନାଲରେ ସେ କାନାଡାର ଗୋଡିନେଜ୍‌ ଗୋଞ୍ଜାଲେଜ୍‌ଙ୍କୁ ହରାଇ ଦେଇଛନ୍ତି। ଦୀପକ ପୁନିଆ ପୁରୁଷ ୮୬କେଜି ଫ୍ରିଷ୍ଟାଇଲ ଶ୍ରେଣୀ ଫାଇନାଲରେ ପାକିସ୍ତାନର ମହମ୍ମଦ ଇନାମଙ୍କୁ ୩-୦ରେ ହରାଇ ଦେଇଛନ୍ତି। ଅଂଶୁ ମଲିକ ତାଙ୍କ ୨୧ତମ ଜନ୍ମ ଦିବସରେ ରୌପ୍ୟ ପଦକ ଜିତିଛନ୍ତି। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ବଜରଙ୍ଗ ୬୫ କେଜି ଶ୍ରେଣୀ ପ୍ରତିଯୋଗିତାରେ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରିଥିଲେ। ପ୍ରଥମ ରାଉଣ୍ଡ ଗୁଡ଼ିକରେ ସେ ୪ଟି ବାଉଟରୁ ୩ଟିରେ ବିଜୟ ହାସଲ କରିଥିଲେ। ଫାଇନାଲରେ ସେ କାନାଡାର ଲାଚ୍‌ଲାନ ମ୍ୟାକ୍‌ନିଲ୍‌ଙ୍କୁ ୯-୨ରେ ହରାଇ ଦେଇଥିଲେ। ଏହି ୨୮ ବର୍ଷୀୟ ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଫାଇନାଲ ପଥରେ ନାଉରୁର ଲୋଓ୍ବି ବିଙ୍ଗହାମ୍‌ ଓ ମରିସସ୍‌ର ଜୁନ୍‌ ଗଏଲିଏନ୍‌ କୋରିସ ବନ୍ଦୋ ଏବଂ ଇଂଲଣ୍ଡର ଜର୍ଜ ରାମ୍‌ଙ୍କୁ ପରାସ୍ତ କରିଥିଲେ। ଅନ୍ୟପକ୍ଷରେ ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ କରିଆସିଥିବା ଅଂଶୁ ୫୭କେଜି ଫାଇନାଲରେ ନାଇଜେରିଆର ଫୋଲାସେଡ୍‌ ଆଡେକୁରୋଏଙ୍କଠାରୁ ୩-୭ରେ ହାରିଯାଇଥିଲେ। ଫାଇନାଲ ପଥରେ ସେ ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇ ଦେଇଥିଲେ। ଅନ୍ୟପକ୍ଷରେ ଦିବ୍ୟା କାକରନ ମହିଳା ୬୮କେଜି ଫ୍ରିଷ୍ଟାଇଲ ଏବଂ ମୋହିତ ଗ୍ରଓ୍ବୋଲ ପୁରୁଷ ୧୨୫ କେଜି କାଟେଗୋରିରେ ଶ୍ରେଣୀରେ ବ୍ରୋଞ୍ଜ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?