Posted inଖେଳ

ବିଶ୍ୱକପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କଲା ଭାରତ

ରାଉରକେଲା,୧୩।୧: ପୁରୁଷ ହକି ବିଶ୍ୱକପ୍‌ ୨୦୨୩ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ସ୍ପେନ୍‌ ବିପକ୍ଷରେ ଖେଳିଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଦଳ ୨-୦ ଗୋଲରେ ସ୍ପେନ୍‌କୁ ପରାସ୍ତ କରିଛି। ଭାରତ ପକ୍ଷରୁ ଉପ-ଅଧିନାୟକ ତଥା ଓଡ଼ିଶାର ଅମିତ ରୋହିଦାସ ପ୍ରଥମ ଗୋଲ୍‌ କରିଥିବାବେଳେ ଦ୍ୱିତୀୟଟି ହାର୍ଦ୍ଦିକ ସିଂ ଦେଇଥିଲେ।

ପ୍ରକାଶଯୋଗ୍ୟ, ଶୁକ୍ରବାର ବିଶ୍ୱକପ୍‌ ଆରମ୍ଭର ପ୍ରଥମ ଦିନରେ ୪ ମ୍ୟାଚ୍‌ ଖେଳାଯାଇଛି। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଇଥିବା ପ୍ରଥମ ଦୁଇଟି ମ୍ୟାଚ୍‌ରେ ଯଥାକ୍ରମେ ଆର୍ଜେଣ୍ଟିନା ଓ ଅଷ୍ଟ୍ରେଲିଆ ବିଜୟୀ ହୋଇଥିଲେ। ଆର୍ଜେଣ୍ଟିନା ୧-୦ ଗୋଲର ଦକ୍ଷିଣ ଆଫ୍ରିକାକୁ ଓ ଅଷ୍ଟ୍ରେଲିଆ ୮-୦ ଗୋଲରେ ଫ୍ରାନ୍ସକୁ ପରାଜିତ କରିଥିଲା। ସେହିପରି ରାଉରକେଲାରେ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଖେଳା ଯାଇଥିବା ଅନ୍ୟ ଏକ ମ୍ୟାଚ୍‌ରେ ଇଂଲଣ୍ଡ ୫-୦ ଗୋଲ୍‌ରେ ୱେଲ୍ସକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri