Posted inଖେଳ

ବର୍ଡର-ଗାଭାସ୍କର ଟ୍ରଫି ଜିତିଲା ଭାରତ

ଅହମ୍ମଦାବାଦ,୧୩।୩: ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ତଥା ଚତୁର୍ଥ ଟେଷ୍ଟ ମ୍ୟାଚ୍‌ ଡ୍ର ହୋଇଛି। ଫଳରେ ଭାରତ ୨-୧ରେ ଅଷ୍ଟ୍ରେଲିଆକୁ ହରାଇ ସିରିଜ କବଜା କରିଛି। ନାଗପୁର ଏବଂ ଦିଲ୍ଲୀରେ ଟେଷ୍ଟ ମ୍ୟାଚ୍‌ ଜିତି ୪ ମ୍ୟାଚ ବିଶିଷ୍ଟ ସିରିଜ୍‌ରେ ଭାରତ ୨-୦ରେ ଆଗୁଆ ରହିଥିଲା। ହେଲେ ଇନ୍ଦୋର ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆର ପରାଜୟ ପରେ ଟେଷ୍ଟ ସିରିଜରେ ୨-୧ ସ୍ଥିତିକୁ ଚାଲିଆସିଥିଲା। ଏବେ ଚତୁର୍ଥ ଟେଷ୍ଟ ଡ୍ର ରହିବାରୁ ଭାରତ ୨-୧ରେ ବର୍ଡର-ଗାଭାସ୍କର ଟ୍ରଫି ବିଜୟୀ ହୋଇଛି।

ପ୍ରଥମ ଇନିଂସରେ ୧୮୬ ରନ୍‌ର ଇନିଂସ ଖେଳିଥିବା ବିରାଟ କୋହଲିଙ୍କୁ ମ୍ୟାଚ ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ କରାଯାଇଛି। ବିରାଟ ମ୍ୟାଚର ଚତୁର୍ଥ ଦିନରେ ଶତକ ହାସଲ କରିଥିଲେ। ଦୀର୍ଘ ଦିନ ପରେ ବିରାଟଙ୍କ ବ୍ୟାଟରୁ ଟେଷ୍ଟ ଶତକ ଦେଖିବାକୁ ମିଳିଥିଲା। ସେହିପରି ରବୀନ୍ଦ୍ର ଜାଡେଜା ଏବଂ ଅଶ୍ୱିନଙ୍କୁ ମିଳିତ ଭାବେ ମ୍ୟାନ ଅଫ୍‌ ଦି ସିରିଜ ପୁରସ୍କୃତ କରାଯାଇଛି।

ଅନ୍ୟପକ୍ଷେ ଶ୍ରୀଲଙ୍କା ବିପକ୍ଷରେ ନ୍ୟୁଜିଲାଣ୍ଡ ଟେଷ୍ଟ ମ୍ୟାଚ୍‌ ଜିତିବାରୁ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ଫାଇନାଲରେ ପହଞ୍ଚିବାର ସୁଯୋଗ ପାଇଛି। ଅଷ୍ଟ୍ରେଲିଆ ଓ ଭାରତ ଜୁନ ୭ରୁ ଲଣ୍ଡନର ଓଭାଲରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ମ୍ୟାଚ ଖେଳାଯିବ।

ଅନ୍ତିମ ଟେଷ୍ଟରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। ଉସମାନଙ୍କ ୧୮୦ ଓ କାମେରନଙ୍କ ୧୧୪ ରନ୍‌ ବଳରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୮୦ ରନ୍‌ କରିଥିଲା। ଜବାବ ଭାରତ ବିରାଟ କୋହଲିଙ୍କ ୧୮୬ ଏବଂ ଶୁବମନ ଗିଲଙ୍କ ୧୨୮ ରନର ଦମ୍‌ଦାର ପ୍ରଦର୍ଶନ ଯୋଗୁ ଭାରତ ପ୍ରଥମ ଇନିଂସରେ ୫୭୧ ରନ୍‌ କରିଥିଲା। ହେଲେ ଅଷ୍ଟ୍ରେଲିଆ ପଞ୍ଚମ ଦିନରେ ଦ୍ୱିତୀୟ ଇନିଂସରେ ୧୭୫ ରନ୍‌ କରି ୨ ଉଇକେଟ ହରାଇଥିଲା। ହେଲେ ପରବର୍ତ୍ତୀ ସମୟରେ ଅମ୍ପାୟରଙ୍କ ନିଷ୍ପତି କ୍ରମେ ମ୍ୟାଚକୁ ଡ୍ର ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri