Posted inଖେଳ

୧୦ ଉଇକେଟରେ ଜିତିଲା ଟିମ୍‌ ଇଣ୍ଡିଆ

ହରାରେ,୧୮।୮: ଭାରତର ବିଜୟ ସହ ଆରମ୍ଭ ହୋଇଛି ଜିମ୍ବାଓ୍ବେ ଗସ୍ତ। ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚକୁ ଭାରତ ୧୦ ଉଇକେଟରେ ଜିତି ନେଇଛି। ୧୯୦ ରନ୍‌ ଲକ୍ଷ୍ୟର ପିଛା କରୁଥିବା ଭାରତ ପକ୍ଷରୁ ଦୁଇ ଓପନର ଶିଖର ଧାଓ୍ବନଙ୍କ ୮୧ ରନ୍‌ ଏବଂ ଶୁବମାନ ଗିଲଙ୍କ ୮୨ ରନ୍‌ର ଦମ୍‌ଦାର ଇନିଂସ ଫଳରେ ଦଳ ୩୦.୫ ଓଭରରେ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଏହି ବିଜୟ ସହ ଗୋଟିଏ ବର୍ଷରେ ଦୁଇଟି ୧୦ ଉଇକେଟ ବିଜୟ ହାସଲ କରିବାରେ ପ୍ରଥମ ଦଳ ସାବ୍ୟସ୍ତ ହୋଇଛି ଭାରତ।

ଟସ୍‌ ଜିତି ଅଧିନାୟକ ରାହୁଲ ବୋଲିଂ ନିଷ୍ପତ୍ତି ନେଇଥିବା ବେଳେ ଜିମ୍ବାଓ୍ବେ ଟପ୍‌ ଅର୍ଡରକୁ ଧ୍ୱସ୍ତ କରି ଦେଇଥିଲେ ଦୀପକ ଚହର ଓ ମହମ୍ମଦ ସିରାଜ। ଉଭୟଙ୍କ ଘାତକ ବୋଲିଂ ବଳରେ ଘରୋଇ ଦଳ ୩୧ ରନରେ ୪ଟି ଏବଂ ୬୬ ରନରେ ୫ ଉଇକେଟ ହରାଇଥିଲା। ଏପରି ସ୍ଥିତିରେ ଦଳ ୧୫୦ ରନ ପାର କରିବା ନେଇ ଆଶଙ୍କା ଦେଖାଦେଇଥିଲା। ତେବେ ୯ମ ଉଇକେଟରେ ୭୦ ରନ୍‌ ଯୋଡିଥିଲେ ଚିଚାର୍ଡ ଏନଗାରଭା(୩୩) ଓ ବ୍ରାଡ ଏଭାନ୍ସ(୩୨*)। ଫଳରେ ଜିମ୍ବାଓ୍ବେ ୧୮୯ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଭାରତ ପକ୍ଷରୁ ଦୀପକ ଚହର, ପ୍ରସିଦ୍ଧ କ୍ରିଷ୍ଣା ଓ ଅକ୍ଷର ପଟେଲ ୩ଟି ଲେଖାଏଁ ଉଇକେଟ ନେଇଥିବା ବେଳେ ମହମ୍ମଦ ସିରାଜ ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri