Posted inଖେଳ

ଭାରତ ହାତରେ ଏସିଆ କପ୍‌

କଲମ୍ବୋ,୧୭।୯: କଲମ୍ବୋସ୍ଥିତ ଆର୍‌.ପ୍ରେମଦାସା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ୨୦୨୩ ଏସିଆ କପ୍‌ ଫାଇନାରେ ଶ୍ରୀଲଙ୍କାକୁ ୧୦ ଉଇକେଟରେ ପରାସ୍ତ କରିଛି ଭାରତ। ଫଳରେ ଅଷ୍ଟମ ଥର ପାଇଁ ଏସିଆ କପ୍‌ ହାତେଇଛି ଭାରତ।

ଫାଇନାଲ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ହେଲେ ଭାରତୀୟ ବୋଲରଙ୍କ ଦମ୍‌ନାର ବୋଲିଂ ଆଗରେ ଶ୍ରୀଲଙ୍କା ଧରାସାୟୀ ହୋଇପଡିଥିଲା। ଶ୍ରୀଲଙ୍କା ୧୫.୨ ଓଭରରେ ସମସ୍ତ ଉଇକେଟ ହରାଇ ୫୦ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଫଳରେ ଭାରତ ଆଗରେ ୫୧ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଥିଲା ଶ୍ରୀଲଙ୍କା। ଜବାବରେ ଭାରତ ମାତ୍ର ୫.୨ ଓଭରରେ ବିନା କୌଣସି ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା।

ଭାରତର ଦ୍ରୁତ ବୋଲି ମହମ୍ମଦ ସିରାଜ କମାଲ ବୋଲିଂ କରି ଗୋଟିଏ ଓଭରରେ ୪ ଉଇକେଟ ନେଇ ଶ୍ରୀଲଙ୍କାକୁ ବ୍ୟାକ୍‌ ଫୁଟକୁ ଠେଲି ଦେଇଥିଲେ। ଏଥିରୁ ଶ୍ରୀଲଙ୍କା ବାହାରିବାରେ ସକ୍ଷମ ହୋଇ ନ ଥିଲା। ଶ୍ରୀଲଙ୍କା ୧୫.୨ ଓଭରରେ ସମସ୍ତ ଉଇକେଟ ହରାଇ ୫୦ ରନ୍‌ରେ ଅଟକି ଯାଇଥିଲା। ଶ୍ରୀଲଙ୍କା ପାଇଁ କୁସାଲ ମେଣ୍ଡିସ ସର୍ବାଧିକ ୧୭ ରନ୍‌ କରିଥିବା ବେଳେ ହେମାନଥା ୧୩ ରନ୍‌ କରିଥିଲେ। ୪ଜଣ ଖେଳାଳି ଶୁନ୍‌ରେ ଆଉଟ୍‌ ହୋଇଥିବା ବେଳେ ୪ଜଣ ଖେଳାଳି ଏକ ଅଙ୍କରେ ସୀମିତ ରହିଥିଲେ।

ଭାରତର ଦୁଇ ଓପରନ ଇଶାନ କିଷାନ ଏବଂ ଶୁବମନ ଗିଲ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଳାଇ ଥିଲେ। ଇଶାନ ୧୮ ବଲ୍‌ ଖେଳି ୩ ଚୌକା ସହାୟତାରେ ୨୩ ରନ୍‌ କରିଥିବା ବେଳେ ଶୁବମନ ୧୯ ବଲ୍‌ ଖେଳି ୬ ଚୌକା ସହାୟତାରେ ୨ଇଞ୍ଛ କରିଥିଲେ। ଦୁହେଁ ନଟ୍‌ ଆଉଟ୍‌ ରହି ଭାରତକୁ ବିଜୟ କରାଇଥିଲେ। ମହମ୍ମଦ ସିରାଜ ୭ ଓଭରରେ ୨୧ ରନ୍‌ ଦେଇ ୬ ଉଇକେଟ ନେଇଥିଲେ। ସେହିପରି ହାର୍ଦ୍ଦିକ ପାଣ୍ଡ୍ୟା ୨.୨ ଓଭରରେ ୩ ରନ୍‌ ଦେଇ ୩ ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ଜସପ୍ରୀତ ବୁମରା ଗୋଟିଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?