Posted inଖେଳ

ପରାଜୟର ପ୍ରତିଶୋଧ ନେଲା ଭାରତ

ହରାରେ,୭।୭: ହରାରେ ସ୍ପୋର୍ଟସ କ୍ଲବଠାର ରବିବାର ଖେଳାଯାଉଥିବା ଭାରତ-ଜିମ୍ବାଓ୍ବେ ଦ୍ୱିତୀୟ ଟି-୨୦ରେ ଜିମ୍ବାଓ୍ବେକୁ ୧୦୦ ରନ୍‌ରେ ପରାସ୍ତ କରି ପ୍ରଥମ ପରାଜୟର ପ୍ରତିଶୋଧ ନେଇଛି ଟିମ୍‌ ଇଣ୍ଡିଆ।

ଜିମ୍ବାଓ୍ବେ ଆଗରେ ୨୩୫ ରନ୍‌ର ବିଜୟ ଲକ୍ଷ୍ୟ ଥିବା ବେଳେ ଦଳ ୧୮.୪ ଓଭରରେ ୧୩୪ ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ଓ୍ବେସଲେ ମେଦେଭେର ୪୩ ରନ୍‌ କରିଥିବା ବେଳେ ଲ୍ୟୁକ୍‌ ଜୋଙ୍ଗଓ୍ବେ ୩୩ ରନ୍‌ କରିଥିଲେ। ସେହିପରି ବ୍ରିଆନ ବେନେଟ୍‌ ୨୬ ରନ୍‌ କରିବାରେ ସଫଳ ହୋଇଥିଲେ। ଭାରତ ପକ୍ଷରୁ ମୁକେଶ କୁମାର ଏବଂ ଆଭେସ ଖାଁ ୩ଟି ଲେଖାଏ ଉଇକେଟ ନେଇଥିବା ବେଳେ ରବି ବିଷ୍ଣୋଇ ୨ଟି ଉଇକେଟ ନେବାରେ ସକ୍ଷମ ହୋଇଥିଲେ।

ମ୍ୟାଚରେ ଭାରତ ଟସ ୍‌ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଅଧିନାୟକ ଶୁଭମନ ଗିଲ ମାତ୍ର ୨ ରନ କରି ଆଉଟ ହୋଇଥିଲେ। ଅଭିଷେକ ଶର୍ମା ଓ ଋତୁରାଜ ଗାଇକ୍ବାଡ ବିସ୍ଫୋରକ ବ୍ୟାଟିଂ କରିଥିଲେ। ଅଭିଷେକ ୪୭ଟି ବଲରେ ୧୦୦ ରନ୍‌ କରି ଦମ୍‌ଦାର ଶତକ ହାସଲ କରିଥିଳେ। ସେହିପରି ଗାଇକ୍ବାଡ ୪୭ ବଲରୁ ୭୭ ରନ କରିଥିଲେ। ଅଭିଷେକ ତାଙ୍କ ଶତକୀୟ ଇନିଂସ୍‌ରେ ୮ଟି ଛକା ଓ ୭ଟି ଚୌକା ମାରିଥିଲେ। ରିଙ୍କୁ ସିଂ ୨୨ ବଲରୁ ୪୮ ରନ୍‌ କରିଥିଲେ । ରିଙ୍କୁ ୫ଟି ଛକା ଓ ୨ଟି ଚୌକା ମାରିଥିଲେ। ଭାରତ ୨୦ ଓଭରରେ ୨ ଉଇକେଟ ହରାଇ ୨୩୪ ରନ୍‌ର ବିଶାଳ ସ୍କୋର ଛିଡ଼ା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri