Posted inଖେଳ

ବିଶ୍ୱକପ ପୂର୍ବରୁ ଭାରତ ପାଇଁ ଶୁଭସଙ୍କେତ

ଦୁବାଇ,୮ା୯ : ଏସିଆ କପରେ ଭାରତ ଅନ୍ତିମ ସୁପର-୪ ମ୍ୟାଚରେ ଲଢୁଆ ପ୍ରଦର୍ଶନ ସହ ବିଜୟ ହାସଲ କରିଛି । ବିରାଟ କୋହଲିଙ୍କ ଅପରାଜିତ ୧୨୨ ଓ ଭୁବନେଶ୍ୱର କୁମାରଙ୍କ ୫ ଉଇକେଟ ବଳରେ ଭାରତ ଆଫଗାନିସ୍ତାନକୁ ୧୦୧ ରନ୍‌ରେ ପରାସ୍ତ କରିଛି।

କୋହଲି ୬୧ ବଲର ଏହି ଇନିଂସରେ ୧୨ ଚୌକା ଓ ୬ ଛକା ମାରିଥିଲେ। ଜବାବରେ ଆଫଗାନିସ୍ତାନ୧୧୧/୮ ରନ୍‌ରେ ସୀମିତ ରହିଥିଲା। ଟୁର୍ନାମେଣ୍ଟରୁ ବିଦାୟ ନେଇଥିଲେ ହେଁ ଶତକ ସହ କୋହଲି ଫର୍ମକୁ ଫେରିବା ଟି୨୦ ବିଶ୍ୱକପ ପୂର୍ବରୁ ଭାରତ ପାଇଁ ଏକ ଶୁଭସଙ୍କେତ। ଦୁବାଇ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ଲୋକେଶ ରାହୁଲ(୬୨) ଓ ବିରାଟ କୋହଲି(୧୨୨) ଶତକୀୟ ଭାଗୀଦାରି କରିଥିଲେ। ୧୨.୪ ଓଭରରେ ଉଭୟ ୧୧୯ ରନ୍‌ ଯୋଡିଥିଲେ। ୪୧ ବଲରୁ ୬ ଚୌକା ଓ ୨ ଛକା ସହିତ ରାହୁଲ ପ୍ୟାଭିଲିୟନ୍‌ ଫେରିଥିଲେ। ମାତ୍ର ଦୁଇଟି ବଲ୍‌ ମଧ୍ୟରେ ସୂର୍ଯ୍ୟକୁମାର ଯାଦବ(୬) ମଧ୍ୟ ପ୍ୟାଭିଲିୟନ୍‌ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri