Posted inଖେଳ

ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତର ବୃହତ ବିଜୟ

କୋଲକାତା,୫।୧୧: କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ୍ସ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ୨୦୨୩ କ୍ରିକେଟ ବିଶ୍ୱକପ୍‌ର ୩୭ତମ ମ୍ୟାଚ୍‌ରେ ଭାରତ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି ୨୪୩ ରନ୍‌ ବ୍ୟବଧାନରେ ବିଜୟ ହାସଲ କରିଛି। ଫଳରେ ଟିମ୍‌ ଇଣ୍ଡିଆ ୭ଟି ମ୍ୟାଚ ଖେଳି ୭ଟିରେ ଅପରାଜୟ ରହିା ସହ ୧୪ ପଏଣ୍ଟ ପାଇ ଟେବୁଲରେ ଶୀର୍ଷସ୍ଥାନ ବଜାୟ ରଖିଛି। ଏପରିକି ଭାରତ ବିଶ୍ୱକପ୍‌ ସେମିଫାଇନାଲରେ ସ୍ଥାନ ପକ୍କା କରିସାରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୫ ଉଇକେଟ ହରାଇ ୩୨୬ ରନ୍‌ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୨୭ .୧ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୮୩ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଜନ୍ମଦିନରେ ବିରାଟ କୋହଲି ଚମତ୍କାର ବ୍ୟାଟିଂ କରି ଶତକ ହାସଲ କରିଥିଲେ। ଏପରିକି ସେ ସଚିନ ତେନ୍ଦୁଲକରଙ୍କ ଦିନିକିଆ ୪୯ତମ ଶତକ ସହ ସମକକ୍ଷ ହେବାର ଗୌରବ ହାସଲ କରି ମ୍ୟାଚ୍‌ରେ ପ୍ଲେୟର ଅଫ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଶ୍ରେୟାସ ଆୟର ୭୭ ରନ୍‌ କରିଥିବା ବେଳେ ରୋହିତ ଶର୍ମା ୪୦, ଶୁବମନ ଗିଲ ୨୩, କେ ଏଲ୍‌ ରାହୁଲ ୮, ସୂର୍ଯ୍ୟକୁମାର ଯାଦବ ୨୨ ରନ୍‌ କରିଥିଲେ। କୋହଲି ୧୨୧ ବଲ୍‌ରେ ୧୦୧ ରନ୍‌ କରି ଅପରାଜିତ ରହିଥିଲେ। ଫଳରେ ଭାରତ ୫୦ ଓଭରରେ ୫ ଉଇକେଟ ହରାଇ ୩୨୬ ରନ୍‌ କରିଥିଲା।

ଦକ୍ଷିଣ ଆଫ୍ରିକାର ଦୁଇ ଓପନର କ୍ୱିଣ୍ଟନ୍‌ ଡି କକ୍‌ ଏବଂ ଅଧିନାୟକ ଟେମ୍ବା ବଭୁମା ବ୍ୟାଟିଂ କରିବାକୁ ଆସିଥିଲେ। ହେଲେ ଦଳ ପ୍ରଥମରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। କ୍ୱିଣ୍ଟନ୍‌ ୫ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଅଧିନାୟକ ବଭୁମା ୧୧ ରନ୍‌ କରିଥିଲେ। ପରେ ଦଳପକ୍ଷରୁ କୌଣସି ବ୍ୟାଟର୍‌ କ୍ରିଜରେ ବେଶି ସମୟ ତିଷ୍ଠିପାରି ନ ଥିଲେ । ଦଳ ପକ୍ଷରୁ ମାର୍କୋ ଜାନସେନ ସର୍ବାଧିକ ୧୪ ରନ୍‌ କରିଥିବା ବେଳେ ରାସି ଭାନ୍‌ ଡର୍‌ ଦୁସେନ୍‌ ୧୩ ରନ୍‌ କରିଥିଲେ। ବାକି ଖେଳାଳି ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ଫଳରେ ଦକ୍ଷିଣ ଆଫ୍ରିକା ୨୭.୧ ଓଭରରେ ସମସ୍ତ ଉଇକେଟ ହରାଇ ୮୩ ରନ୍‌ କରିଥିଲା।

ଭାରତର ରବୀନ୍ଦ୍ର ଜାଡେଜା ସର୍ବାଧିକ ୫ ଉଇକେଟ ନେଇଥିବା ବେଳେ ମହମ୍ମଦ ସାମି ଏବଂ କୁଳଦୀପ ଯାଦବ ୨ଟି ଲେଖାଏଁ ଉଇକେଟ ନେଇଥିଲେ। ମହମ୍ମଦ ସିରାଜ ଗୋଟିଏ ଉଇକେଟ୍‌ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri