Posted inଖେଳ

ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତର ବୃହତ ବିଜୟ

କୋଲକାତା,୫।୧୧: କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ୍ସ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ୨୦୨୩ କ୍ରିକେଟ ବିଶ୍ୱକପ୍‌ର ୩୭ତମ ମ୍ୟାଚ୍‌ରେ ଭାରତ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି ୨୪୩ ରନ୍‌ ବ୍ୟବଧାନରେ ବିଜୟ ହାସଲ କରିଛି। ଫଳରେ ଟିମ୍‌ ଇଣ୍ଡିଆ ୭ଟି ମ୍ୟାଚ ଖେଳି ୭ଟିରେ ଅପରାଜୟ ରହିା ସହ ୧୪ ପଏଣ୍ଟ ପାଇ ଟେବୁଲରେ ଶୀର୍ଷସ୍ଥାନ ବଜାୟ ରଖିଛି। ଏପରିକି ଭାରତ ବିଶ୍ୱକପ୍‌ ସେମିଫାଇନାଲରେ ସ୍ଥାନ ପକ୍କା କରିସାରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୫ ଉଇକେଟ ହରାଇ ୩୨୬ ରନ୍‌ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୨୭ .୧ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୮୩ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଜନ୍ମଦିନରେ ବିରାଟ କୋହଲି ଚମତ୍କାର ବ୍ୟାଟିଂ କରି ଶତକ ହାସଲ କରିଥିଲେ। ଏପରିକି ସେ ସଚିନ ତେନ୍ଦୁଲକରଙ୍କ ଦିନିକିଆ ୪୯ତମ ଶତକ ସହ ସମକକ୍ଷ ହେବାର ଗୌରବ ହାସଲ କରି ମ୍ୟାଚ୍‌ରେ ପ୍ଲେୟର ଅଫ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଶ୍ରେୟାସ ଆୟର ୭୭ ରନ୍‌ କରିଥିବା ବେଳେ ରୋହିତ ଶର୍ମା ୪୦, ଶୁବମନ ଗିଲ ୨୩, କେ ଏଲ୍‌ ରାହୁଲ ୮, ସୂର୍ଯ୍ୟକୁମାର ଯାଦବ ୨୨ ରନ୍‌ କରିଥିଲେ। କୋହଲି ୧୨୧ ବଲ୍‌ରେ ୧୦୧ ରନ୍‌ କରି ଅପରାଜିତ ରହିଥିଲେ। ଫଳରେ ଭାରତ ୫୦ ଓଭରରେ ୫ ଉଇକେଟ ହରାଇ ୩୨୬ ରନ୍‌ କରିଥିଲା।

ଦକ୍ଷିଣ ଆଫ୍ରିକାର ଦୁଇ ଓପନର କ୍ୱିଣ୍ଟନ୍‌ ଡି କକ୍‌ ଏବଂ ଅଧିନାୟକ ଟେମ୍ବା ବଭୁମା ବ୍ୟାଟିଂ କରିବାକୁ ଆସିଥିଲେ। ହେଲେ ଦଳ ପ୍ରଥମରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। କ୍ୱିଣ୍ଟନ୍‌ ୫ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଅଧିନାୟକ ବଭୁମା ୧୧ ରନ୍‌ କରିଥିଲେ। ପରେ ଦଳପକ୍ଷରୁ କୌଣସି ବ୍ୟାଟର୍‌ କ୍ରିଜରେ ବେଶି ସମୟ ତିଷ୍ଠିପାରି ନ ଥିଲେ । ଦଳ ପକ୍ଷରୁ ମାର୍କୋ ଜାନସେନ ସର୍ବାଧିକ ୧୪ ରନ୍‌ କରିଥିବା ବେଳେ ରାସି ଭାନ୍‌ ଡର୍‌ ଦୁସେନ୍‌ ୧୩ ରନ୍‌ କରିଥିଲେ। ବାକି ଖେଳାଳି ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ଫଳରେ ଦକ୍ଷିଣ ଆଫ୍ରିକା ୨୭.୧ ଓଭରରେ ସମସ୍ତ ଉଇକେଟ ହରାଇ ୮୩ ରନ୍‌ କରିଥିଲା।

ଭାରତର ରବୀନ୍ଦ୍ର ଜାଡେଜା ସର୍ବାଧିକ ୫ ଉଇକେଟ ନେଇଥିବା ବେଳେ ମହମ୍ମଦ ସାମି ଏବଂ କୁଳଦୀପ ଯାଦବ ୨ଟି ଲେଖାଏଁ ଉଇକେଟ ନେଇଥିଲେ। ମହମ୍ମଦ ସିରାଜ ଗୋଟିଏ ଉଇକେଟ୍‌ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?