Posted inଖେଳ

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୩-୦ରେ କ୍ଲିନ ସୁଇପ୍‌ କରିଛି। ଭାରତର ନୂଆ ଅଧିନାୟକ ଶ୍ରେୟସ ଆୟାରଙ୍କ ପାଇଁ ଏହା ପ୍ରଥମ ସିରିଜ୍‌ ବିଜୟ।

ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଅଭିଷେକ ଶର୍ମା (୨)ଙ୍କ ଉଇକେଟ ହରାଇଥିଲା। ସୂର୍ଯ୍ୟବଂଶୀଙ୍କ ସହ ଇଶାନ କିଶନ ମିଶି ଦଳୀୟ ସ୍ଥିତି ସମ୍ଭାଳିଥିଲେ। ଦୁହେଁ ଦ୍ୱିତୀୟ ଉଇକେଟରେ ୭୫ ରନ ଯୋଡ଼ିବା ପରେ କିଶନ (୨୯ ରନ, ୪ ଚୌକା) ପାଭିଲିଅନ ଫେରିଥିଲେ।

ଏହାପରେ ଅଧିନାୟକ ଶ୍ରେୟସ ଆୟାର (୨୭ ରନ, ୨ ଚୌକା)ଙ୍କ ସହ ସୂର୍ଯ୍ୟବଂଶୀ ଦଳୀୟ ସ୍କୋରକୁ ୧୫୦ ପାଖାପାଖି ପହଞ୍ଚାଇଥିଲେ। ଶତକ ଆଡ଼କୁ ଅଗ୍ରସର ହେଉଥିବା ସୂର୍ଯ୍ୟବଂଶୀ ୪୯ ବଲରେ ୮୧ ରନ କରି ଆଉଟ୍‌ ହୋଇଥିଲେ। ତାଙ୍କ ଇନିଂସରେ ୮ ଚୌକା ଓ ୪ ଛକା ସାମିଲ ଥିଲା। ଶେଷ ଆଡ଼କୁ ରିଙ୍କୁ ସିଂ ୨୫ (୨ ଚୌକା ଓ ୧ ଛକା) ରନ କରିଥିଲେ। ଫଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୯୨ ରନ କରିଥିଲା।

ଜିମ୍ବାଓ୍ବେ ପକ୍ଷରୁ ବ୍ରାଡ ଇଭାନ୍ସ ୨ ଉଇକେଟ ନେଇଥିଲେ। ଜବାବରେ ଭାରତର ନୈରାଶ୍ୟଜନକ ଫିଲ୍ଡିଂ ସତ୍ତ୍ୱେ ଜିମ୍ବାଓ୍ବେ ୨୦ ଓଭରରେ ୭ ଉଇକେଟ ହରାଇ ୧୫୭ ରନ କରିବାକୁ ସମର୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri