Posted inଖେଳ

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୩-୦ରେ କ୍ଲିନ ସୁଇପ୍‌ କରିଛି। ଭାରତର ନୂଆ ଅଧିନାୟକ ଶ୍ରେୟସ ଆୟାରଙ୍କ ପାଇଁ ଏହା ପ୍ରଥମ ସିରିଜ୍‌ ବିଜୟ।

ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଅଭିଷେକ ଶର୍ମା (୨)ଙ୍କ ଉଇକେଟ ହରାଇଥିଲା। ସୂର୍ଯ୍ୟବଂଶୀଙ୍କ ସହ ଇଶାନ କିଶନ ମିଶି ଦଳୀୟ ସ୍ଥିତି ସମ୍ଭାଳିଥିଲେ। ଦୁହେଁ ଦ୍ୱିତୀୟ ଉଇକେଟରେ ୭୫ ରନ ଯୋଡ଼ିବା ପରେ କିଶନ (୨୯ ରନ, ୪ ଚୌକା) ପାଭିଲିଅନ ଫେରିଥିଲେ।

ଏହାପରେ ଅଧିନାୟକ ଶ୍ରେୟସ ଆୟାର (୨୭ ରନ, ୨ ଚୌକା)ଙ୍କ ସହ ସୂର୍ଯ୍ୟବଂଶୀ ଦଳୀୟ ସ୍କୋରକୁ ୧୫୦ ପାଖାପାଖି ପହଞ୍ଚାଇଥିଲେ। ଶତକ ଆଡ଼କୁ ଅଗ୍ରସର ହେଉଥିବା ସୂର୍ଯ୍ୟବଂଶୀ ୪୯ ବଲରେ ୮୧ ରନ କରି ଆଉଟ୍‌ ହୋଇଥିଲେ। ତାଙ୍କ ଇନିଂସରେ ୮ ଚୌକା ଓ ୪ ଛକା ସାମିଲ ଥିଲା। ଶେଷ ଆଡ଼କୁ ରିଙ୍କୁ ସିଂ ୨୫ (୨ ଚୌକା ଓ ୧ ଛକା) ରନ କରିଥିଲେ। ଫଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୯୨ ରନ କରିଥିଲା।

ଜିମ୍ବାଓ୍ବେ ପକ୍ଷରୁ ବ୍ରାଡ ଇଭାନ୍ସ ୨ ଉଇକେଟ ନେଇଥିଲେ। ଜବାବରେ ଭାରତର ନୈରାଶ୍ୟଜନକ ଫିଲ୍ଡିଂ ସତ୍ତ୍ୱେ ଜିମ୍ବାଓ୍ବେ ୨୦ ଓଭରରେ ୭ ଉଇକେଟ ହରାଇ ୧୫୭ ରନ କରିବାକୁ ସମର୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?