Posted inଖେଳ

New Zealand vs India: ଚାମ୍ପିୟନ୍ସ ଟ୍ରଫିରେ ଭାରତର ହାଟ୍ରିକ ବିଜୟ

ଦୁବାଇ,୨ା୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଚଳିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଭାରତ ୪୪ ରନ୍‌ରେ ବିଜୟ ହୋଇଛି। ଏଥିସହ ଭାରତ ଚାମ୍ପିୟନ୍ସ ଟ୍ରଫିରେ ହାଟ୍ରିକ ବିଜୟ ହାସଲ କରି ଗ୍ରୁପ-ଏ’ରେ ସର୍ବାଧିକ ୬ ପଏଣ୍ଟ ସହ ଶୀର୍ଷରେ ରହିଛି।

ଏହି ମ୍ୟାଚର ଫଳାଫଳ ସହିତ ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଯାଇଛି। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଆସନ୍ତା ୪ ତାରିଖରେ ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ। ସେହିଭଳି ନ୍ୟୁଜିଲାଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ସେମିଫାଇନାଲ ୫ ତାରିଖରେ ଖେଳାଯିବ।

ଭାରତ-ନ୍ୟୁଜିଲାଣ୍ଡ ଶେଷ ଲିଗ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୪୯ ରନ୍‌ କରିଥିଲା। ଫଳରେ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଥିଲା ଭାରତ। ଜବାବରେ ନ୍ୟୁଜିଲାଣ୍ଡ ଇନିଂସ ଆରମ୍ଭରୁ ଭାରତୀୟ ସ୍ପିନରଙ୍କ ସହ ସଂଘର୍ଷ କରିଥିଲା। କେନ୍‌ ଓ୍ବିଲିୟମସନ ଗୋଟିଏପଟେ ଧୈର୍ଯ୍ୟର ସହ ବ୍ୟାଟିଂ କରୁଥିବା ବେଳେ ଅନ୍ୟପଟେ ଉଇକେଟ ପତନ ଜାରି ରହିଥିଲା। ଫଳରେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫ ରନ୍‌ରେ ଅଲ୍‌ଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ଓ୍ବିଲିୟମସନ ସର୍ବାଧିକ ୮୧ ଓ ଅଧିନାୟକ ମିଚେଲ ସାଣ୍ଟନର ୨୮ ରନ୍‌ କରିଥିଲେ। ଭାରତ ପାଇଁ ବରୁଣ ଚକ୍ରବର୍ତ୍ତୀ ୫ ଉଇକେଟ ସଫଳତା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri