Posted inଖେଳ

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ କରି ଭାରତ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪୬ ରନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୫ ମ୍ୟାଚ ବିଶିଷ୍ଟ ସିରିଜକୁ ୪-୧ରେ ଜିତିନେଇଛି।

ଭାରତ ଦ୍ୱାରା ଧାର୍ଯ୍ୟ ୨୭୨ରନର କଷ୍ଟସାଧ୍ୟ ବିଜୟ ଲକ୍ଷ୍ୟକୁ ପିଛା କରିବାକୁ ଯାଇ ଭ୍ରମଣକାରୀ ଦଳ ୧୯.୪ ଓଭରରେ ସମସ୍ତ ଉଇକେଟ ହରାଇ ୨୨୫ ରନ କରିଥିଲା। ଦଳର ଟପ୍‌ ସ୍କୋରର ଫିନ୍‌ ଆଲେନ ୮୦ରନ କରିଥିବା ବେଳେ ଇସ୍‌ ସୋଧି ୩୩, ରାଚିନ ରବୀନ୍ଦ୍ର ୩୦ ଓ ଡେରିଲ ମିଚେଲ ୨୬ ରନ କରିଥିଲେ। ଅନ୍ୟ କୌଣସି ବ୍ୟାଟର ଦୁଇ ଅଙ୍କ ସ୍ପର୍ଶ କରିପାରି ନ ଥିଲେ।

ଏହି ମ୍ୟାଚ୍‌ରେ ସୂର୍ଯ୍ୟକୁମାର ଦ୍ରୁତତମ ବ୍ୟାଟର ଭାବେ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ୩ ହଜାର ରନ ପୂରଣ କରିଛନ୍ତି। ବିଶ୍ୱକପ୍‌ ପୂର୍ବରୁ ଏହା ଅନ୍ତିମ ପ୍ରତିଦ୍ୱନ୍ଦ୍ୱିତାମୂଳକ ମ୍ୟାଚ୍‌ ହୋଇଥିବାରୁ ଅଧିନାୟକ ସୂର୍ଯ୍ୟକୁମାର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଖରାପ ଫର୍ମ କାରଣରୁ ସଭିଙ୍କ ନଜରରେ ରହିଥିବା ସଞ୍ଜୁ ସାମସନ ନିଜ ଲୋକାଲ ଗ୍ରାଉଣ୍ଡରେ ମଧ୍ୟ ବିଫଳ ହୋଇଥିଲେ। ସେ ୬ ବଲରେ ୬ ରନ କରି ଆଉଟ୍‌ ହୋଇଥିଲେ।

ଅଭିଷେକ ଶର୍ମା ୧୬ ବଲରେ ୪ ଚୌକା ଓ ୨ ଛକା ସହିତ ୩୦ ରନ କରି ଆଉଟ୍‌ ହୋଇଥିଲେ। ଏହାପରେ ଇଶାନ ଓ ଅଧିନାୟକ ସୂର୍ଯ୍ୟ ତୃତୀୟ ଉଇକେଟରେ ମାତ୍ର ୫୭ ବଲରେ ଦ୍ରୁତ ୧୩୭ ରନ ଯୋଡ଼ିଥିଲେ। ଏହା ଭାରତ ଲାଗି ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଯେକୌଣସି ଉଇକେଟ ପାଇଁ ଦ୍ୱିତୀୟ ସର୍ବାଧିକ ଭାଗୀଦାରି। ଏଥିମଧ୍ୟରେ ଇଶ ସୋଧିଙ୍କ ଏକ ଓଭରରେ ଇଶାନ ୪ ଚୌକା ଓ ୨ ଛକା ସହ ୨୮ ରନ ସ୍କୋର କରିଥିଲେ। ଅଧିନାୟକ ସୂର୍ଯ୍ୟ ୧୫ତମ ଓଭରରେ ସାଣ୍ଟନରଙ୍କ ଏକ ବଲକୁ ଷ୍ଟେପ ଆଉଟ୍‌ କରିବାକୁ ଯାଇ ଷ୍ଟମ୍ପିଂ ହୋଇଥିଲେ। ସେ ଆଉଟ୍‌ ହେବା ପୂର୍ବରୁ ୩୦ ବଲରେ ୪ ଚୌକା ଓ ୬ ଛକା ସହିତ ୬୩ ରନ କରିଥିଲେ।

ଅନ୍ୟପକ୍ଷରେ ଇଶାନ ୧୭ତମ ଓଭରରେ ଲଗାତର ଦୁଇ ଛକା ମାରି ଶତକ ପୂରଣ କରିଥିଲେ। ସେ ୪୩ ବଲରେ ୧୦୩ ରନ କରି ଆଉଟ୍‌ ହୋଇଥିଲେ। ତାଙ୍କର ଏହି ଇନିଂସରେ ୬ ଚୌକା ଓ ୧୦ ଛକା ସାମିଲ ଥିଲା। ଶେଷ ଆଡ଼କୁ ହାର୍ଦ୍ଦିକ ପାଣ୍ଡ୍ୟା ୧୭ ବଲରେ ଦ୍ରୁତ ୪୨ (୧ ଚୌକା ଓ ୪ ଛକା) ରନ କରିଥିଲେ। ଫଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୨୭୧ ରନ୍‌ କରିଥିଲା। ଏହା ଭାରତୀୟ ଦଳ ପାଇଁ ଅନ୍ତର୍ଜାତୀୟ ଟି୨୦ରେ ତୃତୀୟ ସର୍ବାଧିକ ସ୍କୋର। ନ୍ୟୁଜିଲାଣ୍ଡ ପକ୍ଷରୁ ଲୋକି ଫର୍ଗୁସନ ୨ ଉଇକେଟ ନେଇଥିବା ବେଳେ ଜେକବ ଡଫି ଓ ଅଧିନାୟକ ମିଚେଲ ସାଣ୍ଟନର ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri