Posted inଖେଳ

ସୁପର୍‌-୮ରେ ଭାରତର ପ୍ରଭାବୀ ବିଜୟ

ବାର୍ବାଡୋସ୍‌,୨୦ା୬: ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ଓ ଯଶ୍‌ପ୍ରୀତ୍‌ ବୁମ୍‌ରାଙ୍କ ଘାତକ ବୋଲିଂ ବଳରେ ଆଫଗାନିସ୍ତାନ ବିପକ୍ଷ ଟି୨୦ ବିଶ୍ୱକପ ସୁପର୍‌-୮ ମ୍ୟାଚକୁ ୪୭ ରନ୍‌ରେ ଜିତି ନେଇଛି ଭାରତ। ଭାରତ ୨୦ ଓଭରରେ ୮ ଉଇକେଟ ହରାଇ ୧୮୧ ରନ୍‌ ସ୍କୋର କରିଥିଲା। ଜବାବରେ ଆଫଗାନିସ୍ତାନ ୨୦ ଓଭରରେ ସମସ୍ତ ଉଇକେଟ ହରାଇ ୧୩୪ ରନ୍‌ କରିଥିଲା। ଉଭୟ ବ୍ୟାଟ ଓ ବଲ୍‌ରେ ପ୍ରାଧାନ୍ୟ ବିସ୍ତାର କରି ଭାରତ ପ୍ରଭାବୀ ବିଜୟ ହାସଲ କରିଛି।

ଟସ୍‌ ଜିତି ଭାରତୀୟ ଅଧିନାୟକ ରୋହିତ ଶର୍ମା ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ରୋହିତ ଶର୍ମା(୮) ଓ ବିରାଟ କୋହଲି(୨୪) ପୁଣି ଥରେ ଫ୍ଲପ ହୋଇଥିଲେ। ରିଷଭ ପନ୍ତ ତୃତୀୟ ସ୍ଥାନରେ ଆସି କିଛି ଆକର୍ଷଣୀୟ ଶଟ୍‌ ଖେଳିଥିଲେ। ୧୧ ବଲ୍‌ରୁ ୪ ଚୌକା ସହ ୨୦ ରନ୍‌ କରି ସେ ରନ୍‌ ଗତି ବଢାଇଥିଲେ। ଦଳୀୟ ସ୍କୋର ୫୪ରେ ପନ୍ତ ଆଉଟ ହୋଇଥିଲେ। ଏହାର ୨ ଓଭର ମଧ୍ୟରେ ୨୪ ବଲ୍‌ରୁ ୨୪ ରନ୍‌ କରିଥିବା ବିରାଟ ମଧ୍ୟ ପ୍ୟାଭିଲିୟନ ଫେରିଥିଲେ। ଟି୨୦ରେ ବିଶ୍ୱର ଏକ ନମ୍ବର ବ୍ୟାଟର ସୂର୍ଯ୍ୟକୁମାର କ୍ରମାଗତ ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିବା ସହ ସେ ଭାରତକୁ ଏକ ସମ୍ମାନଜନକ ସ୍କୋରରେ ପହଞ୍ଚାଇଥିଲେ। ଶିବମ ଦୁବେ(୧୦)ଙ୍କ ସହିତ ସେ ୨୮ ରନ୍‌ ଓ ହାର୍ଦ୍ଦିକ ପାଣ୍ଡ୍ୟା (୩୨)ଙ୍କ ସହ ସେ ୬୦ ରନ୍‌ ଯୋଡିଥିଲେ। ମାତ୍ର ୨୮ ବଲ୍‌ ଖେଳି ୫ ଚୌକା ଓ ୩ ଛକା ମାରି ସେ ସ୍କୋର କରିଥିଲେ ୫୩ ରନ୍‌। ଅନ୍ୟ ପକ୍ଷରେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ୨୪ ବଲ୍‌ ଖେଳି ୩୨ ରନ୍‌ କରିଥିଲେ। ରବୀନ୍ଦ୍ର ଜାଡେଜା ମାତ୍ର ୭ ରନ୍‌ କରି ଆଉଟ ହୋଇଥିବା ବେଳେ ଅନ୍ତିମ ଓଭରରେ ୬ ବଲ୍‌ରୁ ୧୨ ରନ୍‌ କରି ଭାରତୀୟ ସ୍କୋରକୁ ୧୮୧ରେ ପହଞ୍ଚାଇ ଥିଲେ। ଆଫଗାନିସ୍ତାନ ପକ୍ଷରୁ ସଫଳ ବୋଲର ଭାବରେ ଫଜଲ୍ଲକ ଫାରୁକି ଓ ରଶିଦ ଖାନ୍‌ ୩ଟି ଲେଖାଏ ନବୀନ ଉଲ ହକ୍‌ ଗୋଟିଏ ଉଇକେଟ ନେଇଥିଲେ।

୧୮୨ ରନ୍‌ ଜବାବରେ ଆଫଗାନିସ୍ତାନ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଅଜମତଉଲ୍ଲା ଓମାରଜାଇ ସର୍ବାଧିକ ୨୬ ରନ୍‌ କରିଥିବା ବେଳେ ନଜିବୁଲ୍ଲା ଜଦ୍ରାନ ୧୯ ଓ ଗୁଲବଦିନ ନାଇବ ୧୭ ରନ୍‌ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମହମ୍ମଦ ନବି ୧୪, ନୁର ଅହମ୍ମଦ ୧୨ ଓ ରହମାନୁଲ୍ଲା ଗୁରବାଜ ୧୧ ରନ୍‌ କରିଥିଲେ। ଆଫଗାନିସ୍ତାନର ୫ ଜଣ ବ୍ୟାଟର ୨ ଅଙ୍କ ଛୁଇଁ ପାରି ନ ଥିଲେ। ଭାରତ ପକ୍ଷରୁ ଯଶପ୍ରୀତ ବୁମ୍‌ରା ଓ ଅର୍ଶଦୀପ ସିଂ ୩ଟି ଲେଖାଏ, କୁଲଦୀପ ଯାଦବ ଦୁଇଟି, ଅକ୍ଷର ପଟେଲ, ରବୀନ୍ଦ୍ର ଜାଡେଜା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri