Posted inଖେଳ

ସୁପର୍‌-୮ରେ ଭାରତର ପ୍ରଭାବୀ ବିଜୟ

ବାର୍ବାଡୋସ୍‌,୨୦ା୬: ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ଓ ଯଶ୍‌ପ୍ରୀତ୍‌ ବୁମ୍‌ରାଙ୍କ ଘାତକ ବୋଲିଂ ବଳରେ ଆଫଗାନିସ୍ତାନ ବିପକ୍ଷ ଟି୨୦ ବିଶ୍ୱକପ ସୁପର୍‌-୮ ମ୍ୟାଚକୁ ୪୭ ରନ୍‌ରେ ଜିତି ନେଇଛି ଭାରତ। ଭାରତ ୨୦ ଓଭରରେ ୮ ଉଇକେଟ ହରାଇ ୧୮୧ ରନ୍‌ ସ୍କୋର କରିଥିଲା। ଜବାବରେ ଆଫଗାନିସ୍ତାନ ୨୦ ଓଭରରେ ସମସ୍ତ ଉଇକେଟ ହରାଇ ୧୩୪ ରନ୍‌ କରିଥିଲା। ଉଭୟ ବ୍ୟାଟ ଓ ବଲ୍‌ରେ ପ୍ରାଧାନ୍ୟ ବିସ୍ତାର କରି ଭାରତ ପ୍ରଭାବୀ ବିଜୟ ହାସଲ କରିଛି।

ଟସ୍‌ ଜିତି ଭାରତୀୟ ଅଧିନାୟକ ରୋହିତ ଶର୍ମା ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ରୋହିତ ଶର୍ମା(୮) ଓ ବିରାଟ କୋହଲି(୨୪) ପୁଣି ଥରେ ଫ୍ଲପ ହୋଇଥିଲେ। ରିଷଭ ପନ୍ତ ତୃତୀୟ ସ୍ଥାନରେ ଆସି କିଛି ଆକର୍ଷଣୀୟ ଶଟ୍‌ ଖେଳିଥିଲେ। ୧୧ ବଲ୍‌ରୁ ୪ ଚୌକା ସହ ୨୦ ରନ୍‌ କରି ସେ ରନ୍‌ ଗତି ବଢାଇଥିଲେ। ଦଳୀୟ ସ୍କୋର ୫୪ରେ ପନ୍ତ ଆଉଟ ହୋଇଥିଲେ। ଏହାର ୨ ଓଭର ମଧ୍ୟରେ ୨୪ ବଲ୍‌ରୁ ୨୪ ରନ୍‌ କରିଥିବା ବିରାଟ ମଧ୍ୟ ପ୍ୟାଭିଲିୟନ ଫେରିଥିଲେ। ଟି୨୦ରେ ବିଶ୍ୱର ଏକ ନମ୍ବର ବ୍ୟାଟର ସୂର୍ଯ୍ୟକୁମାର କ୍ରମାଗତ ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିବା ସହ ସେ ଭାରତକୁ ଏକ ସମ୍ମାନଜନକ ସ୍କୋରରେ ପହଞ୍ଚାଇଥିଲେ। ଶିବମ ଦୁବେ(୧୦)ଙ୍କ ସହିତ ସେ ୨୮ ରନ୍‌ ଓ ହାର୍ଦ୍ଦିକ ପାଣ୍ଡ୍ୟା (୩୨)ଙ୍କ ସହ ସେ ୬୦ ରନ୍‌ ଯୋଡିଥିଲେ। ମାତ୍ର ୨୮ ବଲ୍‌ ଖେଳି ୫ ଚୌକା ଓ ୩ ଛକା ମାରି ସେ ସ୍କୋର କରିଥିଲେ ୫୩ ରନ୍‌। ଅନ୍ୟ ପକ୍ଷରେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ୨୪ ବଲ୍‌ ଖେଳି ୩୨ ରନ୍‌ କରିଥିଲେ। ରବୀନ୍ଦ୍ର ଜାଡେଜା ମାତ୍ର ୭ ରନ୍‌ କରି ଆଉଟ ହୋଇଥିବା ବେଳେ ଅନ୍ତିମ ଓଭରରେ ୬ ବଲ୍‌ରୁ ୧୨ ରନ୍‌ କରି ଭାରତୀୟ ସ୍କୋରକୁ ୧୮୧ରେ ପହଞ୍ଚାଇ ଥିଲେ। ଆଫଗାନିସ୍ତାନ ପକ୍ଷରୁ ସଫଳ ବୋଲର ଭାବରେ ଫଜଲ୍ଲକ ଫାରୁକି ଓ ରଶିଦ ଖାନ୍‌ ୩ଟି ଲେଖାଏ ନବୀନ ଉଲ ହକ୍‌ ଗୋଟିଏ ଉଇକେଟ ନେଇଥିଲେ।

୧୮୨ ରନ୍‌ ଜବାବରେ ଆଫଗାନିସ୍ତାନ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଅଜମତଉଲ୍ଲା ଓମାରଜାଇ ସର୍ବାଧିକ ୨୬ ରନ୍‌ କରିଥିବା ବେଳେ ନଜିବୁଲ୍ଲା ଜଦ୍ରାନ ୧୯ ଓ ଗୁଲବଦିନ ନାଇବ ୧୭ ରନ୍‌ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମହମ୍ମଦ ନବି ୧୪, ନୁର ଅହମ୍ମଦ ୧୨ ଓ ରହମାନୁଲ୍ଲା ଗୁରବାଜ ୧୧ ରନ୍‌ କରିଥିଲେ। ଆଫଗାନିସ୍ତାନର ୫ ଜଣ ବ୍ୟାଟର ୨ ଅଙ୍କ ଛୁଇଁ ପାରି ନ ଥିଲେ। ଭାରତ ପକ୍ଷରୁ ଯଶପ୍ରୀତ ବୁମ୍‌ରା ଓ ଅର୍ଶଦୀପ ସିଂ ୩ଟି ଲେଖାଏ, କୁଲଦୀପ ଯାଦବ ଦୁଇଟି, ଅକ୍ଷର ପଟେଲ, ରବୀନ୍ଦ୍ର ଜାଡେଜା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପରିସ୍ଥିତି ନା ରଣନୀତି…ହେମନ୍ତ ସୋରେନଙ୍କ ବରହେଟ୍‌ରେ କାହିଁକି ପ୍ରାର୍ଥୀ ଦେଉନାହିଁ ଭାଜପା?

ରାଞ୍ଚି,୨୬।୧୦: ଝାଡ଼ଖଣ୍ଡର ୬୮ ଆସନରେ ନିର୍ବାଚନ ଲଢ଼ୁଥିବା ଭାଜପା ୬୬ ଆସନରେ ପ୍ରାର୍ଥୀ ଘୋଷଣା କରିଛି। ହେଲେ ଯେଉଁ ୨ ଆସନରେ ଦଳ ପ୍ରାର୍ଥୀ ଦେଇ...

୨୨ ବର୍ଷରେ ଇତିହାସ ରଚିଲେ ଜୟସ୍ବାଲ, ଭାଙ୍ଗିଲେ ୪୫ ବର୍ଷ ପୁରୁଣା ରେକର୍ଡ

ପୁଣେ,୨୫।୧୦: ଟିମ୍‌ ଇଣ୍ଡିଆର ଯୁବ ଓପନର୍‌ ଯଶସ୍ବୀ ଜୟସ୍ବାଲ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଚଳିତ ବର୍ଷ ସେ ଟେଷ୍ଟ ଫର୍ମାଟରେ ସେ ଜବରଦସ୍ତ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

ଇତିହାସ ରଚିଦେଲା ନ୍ୟୁଜିଲାଣ୍ଡ, ୧୨ ବର୍ଷ ପରେ ଘରୋଇ ମାଟିରେ ହାରିଲା ଟିମ୍‌ ଇଣ୍ଡିଆ

ପୁଣେ,୨୬।୧୦: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ...

କାହିଁକି ଶାମିଙ୍କୁ ମିଳିଲାନି ଭାରତୀୟ ଦଳରେ ସ୍ଥାନ

ନୂଆଦିଲ୍ଲୀ,୨୬।୧୦: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ବର୍ଡର-ଗାଭାସ୍କର ଟ୍ରଫି ପାଇଁ ୧୮ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯାଇଥିବା ଏହି...

ସଙ୍କଟରେ ଟିମ୍‌ ଇଣ୍ଡିଆ: ସ୍ପିନ୍‌ ଖେଳିବାରେ ବିଫଳ

ପୁଣେ, ୨୬।୧୦:କ୍ୱାଲିଟି ସ୍ପିନ୍‌ ବୋଲିଂକୁ ମୁକାବିଲା କରିବାରେ ଭାରତୀୟ ବ୍ୟାଟରଙ୍କ ବିଫଳତା ପଦାରେ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୫୬...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍‌ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍‌...

ଖୋ ଖୋ ବିଶ୍ୱକପ୍‌ରେ ଭାଗ ନେବେ ୨୪ ଦେଶ

ନୂଆଦିଲ୍ଲୀ, ୨୬ା୧୦: ସ୍ଥାନୀୟ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଆସନ୍ତାବର୍ଷ ଜାନୁଆରୀ ୧୩ରୁ ୧୯ ତାରିଖ ପର୍ଯ୍ୟନ୍ତ ଖୋଖୋ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣ ଅନୁଷ୍ଠିତ ହେବ। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri