ଓ୍ବେଷ୍ଟଇଣ୍ଡିଜ୍‌କୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

କୋଲକାତା,୧।୩: ସଞ୍ଜୁ ସାମସନ ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ରବିବାର ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ଅନ୍ତିମ ସୁପର-୮ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଭାରତ ସେମିଫାଇନାଲରେ ପହଞ୍ଚିଛି।

ଓ୍ବେଷ୍ଟଇଣ୍ଡିଜ ୨୦ ଓଭରରେ ୪ ଉଇକେଟ ହରାଇ ୧୯୫ ରନ କରିଥିଲା। ୧୯୬ ରନ ବିଜୟ ଲକ୍ଷ୍ୟର ପିଛାକରି ଭାରତ ୧୯.୨ ଓଭରରେ ୫ ଉଇକେଟ ହରାଇ ୧୯୯ ରନ ସଂଗ୍ରହ କରି ନେଇଥିଲା। ମ୍ୟାଚର ହିରୋ ସାବ୍ୟସ୍ତ ହୋଇଥିଲେ ସଞ୍ଜୁ ସାମସନ। ସେ ୫୦ଟି ବଲ୍‌ର ସମ୍ମୁଖୀନ ହୋଇ ୧୨ ଚୌକା ଓ ୪ ଛକା ସହାୟତାରେ ୯୭ ରନରେ ଅପରାଜିତ ରହିଥିଲେ। ଏଥିସହ ୨୦୦୭ ଓ ୨୦୨୪ରେ ଚାମ୍ପିୟନ ଭାରତ କ୍ରମାଗତ ଦ୍ୱିତୀୟ ଏବଂ ଓଭରଅଲ୍‌ ତୃତୀୟ ଥର ଟାଇଟଲ ଜିତିବା ସମ୍ଭାବନା ସୃଷ୍ଟି କରିଛି। ଅନ୍ୟପକ୍ଷରେ ୨୦୧୨ ଓ ୨୦୧୬ରେ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ ଅଭିଯାନ ଶେଷ ହୋଇଛି।

୪ ତାରିଖରେ କୋଲକାତାର ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ସେମିଫାଇନାଲ ଖେଳାଯିବ। ସେହିଭଳି ୫ ତାରିଖରେ ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡ ଏବଂ ଭାରତ ପରସ୍ପରକୁ ଭେଟିବେ। ମ୍ୟାଚ୍‌ ଦେଖିବା ପାଇଁ ଆଇସିସି ମୁଖ୍ୟ ଜୟ ଶାହା, ବିସିସିଆଇ ମୁଖ୍ୟ ମିଥୁନ ମନହାସ, ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?