Posted inଖେଳ

୮୨ ରନ୍‌ରେ ଜିତିଲା ଟିମ୍‌ ଇଣ୍ଡିଆ

ରାଜକୋଟ, ୧୭।୬: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮୨ ରନ୍‌ରେ ପରାସ୍ତ କରିଛି ଟିମ୍‌ ଇଣ୍ଡିଆ। ଏହି ବିଜୟ ସହ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୨-୨ରେ ପହଞ୍ଚାଇ ବରାବର ସ୍ଥିତିକୁ ଆଣିଛି ଭାରତ। ୦-୨ରେ ପଛୁଆ ଥିବା ଭାରତ କ୍ରମାଗତ ୨ଟି ମ୍ୟାଚ ଜିତି ସିରିଜକୁ ଉଜ୍ଜୀବିତ ରଖିବାରେ ସକ୍ଷମ ହୋଇଛି। ୫ମ ତଥା ଅନ୍ତିମ ଟି୨୦ ମ୍ୟାଚ ଆସନ୍ତା ରବିବାର ବେଙ୍ଗାଲୁରୁଠାରେ ଅନୁଷ୍ଠିତ ହେବ।

ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୬୯ ରନ୍‌ କରିଥିଲା। ଦକ୍ଷିଣ ଆଫ୍ରିକା ୧୬.୫ ଉଇକେଟରେ ମାତ୍ର ୮୭ ରନକରି ଅଲ୍‌ଆଉଟ ହୋଇଯାଇଥିଲା। ଭାରତୀୟ ବୋଲରମାନେ ଅତି ଚମତ୍କାର ପ୍ରଦର୍ଶନ କରିଥିଲେ। ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ମାପଚୁପ ବୋଲିଂ କରି ଭ୍ରମଣକାରୀ ଦଳର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ନିୟମିତ ବ୍ୟବଧାନରେ ଉଇକେଟ ହରାଇ ବ୍ୟାକ୍‌ଫୁଟକୁ ଚାଲିଯାଇଥିଲା ଦକ୍ଷିଣ ଆଫ୍ରିକା। ଅଧିନାୟକ ଟେମ୍ବା ବଭୁମା ୮ ରନ କରି ରିଟାୟର୍ଡ ହର୍ଟ ହୋଇଥିବା ବେଳେ ରସି ଭାନ୍‌ ଡର୍‌ ଡୁସେନ ସର୍ବାଧିକ ୨୦ ରନ କରିବାକୁ ସକ୍ଷମ ହୋଇଥିଲେ। ପୂର୍ବ ୩ଟି ମ୍ୟାଚରେ ମହଙ୍ଗା ସାବ୍ୟସ୍ତ ହୋଇଥିବା ଭାରତୀୟ ଦ୍ରୁତ ବୋଲର ଆଭେଶ୍‌ ଖାଁ ଏଠାରେ ନିଜ ଦମ୍‌ ଦେଖାଇଥିଲେ। ସେ ୪ ଓଭରରେ ମାତ୍ର ୧୮ ରନ ଦେଇ ୪ଟି ଉଇକେଟ ନେଇଥିଲେ। ୟୁଜବେନ୍ଦ୍ର ଚହଲ ୨ଟି ଏବଂ ହର୍ଶଲ ପଟେଲ ଓ ଅକ୍ଷର ପଟେଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri