Posted inଖେଳ

ଅଷ୍ଟ୍ରେଲିଆକୁ ହରାଇଲା ଟିମ୍‌ ଇଣ୍ଡିଆ

ଦୁବାଇ,୨୦।୧୦: ସ୍ଥାନୀୟ ଆଇସିସି ଏକାଡେମୀରେ ବୁଧବାର ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆକୁ ମିଳିଛି ଜବରଦସ୍ତ ବିଜୟ। ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୫୩ରନ୍‌ର ଟାର୍ଗେଟକୁ ଟିମ୍‌ ଇଣ୍ଡିଆ ସହଜରେ ୧୭.୫ ଓଭରରେ ହାସଲ କରି ନେଇଛି।

ଲୋକେଶ ରାହୁଲ ଓ ରୋହିତ ଶର୍ମା ୯.୨ ଓଭରରେ ୬୮ ରନ୍‌ ଯୋଡ଼ିଥିଲେ। ଆରମ୍ଭରୁ ବିସ୍ଫୋରକ ବ୍ୟାଟିଂ କରିଥିବା ରାହୁଲ ୩୧ବଲରେ ୨ ଚୌକା ଓ ୩ ଛକା ସହାୟତାରେ ୩୯ ରନ୍‌ କରି ଆଷ୍ଟନ ଅଗର ବଲ୍‌ରେ ଆଉଟ ହୋଇଥିଲେ। ୬୦ ରନ୍‌ର ପାଳି ଖେଳିଥିଲେ ଅଧିନାୟକ ରୋହିତ । ରିଟାର୍ଡ ହର୍ଟ ହେବା ପୂର୍ବରୁ ସେ ୫ ଚୌକା ଓ ୩ ଛକା ଲାଗାଇଥିଲେ। ସୂର୍ଯ୍ୟକୁମାର ଯାଦବ ୩୮ ହାର୍ଦ୍ଦିକ ପାଣ୍ଡ୍ୟା ୧୪ ରନ୍‌ (୧ଛକା)ର ପାଳି ଖେଳିଥିଲେ। ଫଳରେ ଭାରତ ୧୭.୮ ଓଭରରେ ୧ ଉକେଟ ହରାଇ ମ୍ୟାଚ୍‌ ଜିତି ନେଇଥିଲା। ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ୫ ଉଇକେଟ ହରାଇ ୧୫୨ ରନ୍‌ କରିଥିଲା। ଦ୧ ପାଇଁ ଷ୍ଟିଭ ସ୍ମିଥ ୪୮ବଲ୍‌ରେ ୫୭ ରନ୍‌ କରିଥିବା ବେଳେ ମାର୍କସ ଷ୍ଟୋଇନିସଙ୍କ ୨୫ବଲ୍‌ରେ ୪୍ବଆ ରନ୍‌ ଓ ଗ୍ଲେନ ମାକ୍ସଓ୍ବେଲ ୩୭ ରନ୍‌ର ପାଳି ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri