Posted inଖେଳ

ସିରିଜ୍‌କୁ ଆଗୁଆ କବ୍‌ଜା କଲା ଭାରତ

ଇନ୍ଦୋର,୨୪।୯: ଇନ୍ଦୋରର ହୋଲକାର ଷ୍ଟାଡିୟମରେ ରବିବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ୯୯ ରନ୍‌ରେ ବିଜୟୀ ହୋଇଛି। ଫଳରେ ୨-୦ରେ ଅଗ୍ରଣୀ ହୋଇ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜକୁ ଆଗୁଆ ଜିତିନେଇଛି।

ଶୁବମନ୍‌ ଗିଲ ଏବଂ ଶ୍ରେୟସ ଆୟରଙ୍କ ଦମ୍‌ଦାର ଶତକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭାରତ ୫ ଉଇକେଟ ହରାଇ ୩୯୯ ରନ୍‌ କରିଥିଲା। ଫଳରେ ଅଷ୍ଟ୍ରେଲିଆ ଆଗରେ ୪୦୦ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଥିଲା।

ଜବାବରେ ୯ ଓଭରରେ ଅଷ୍ଟ୍ରେଲିଆ ୨ ଉଇକେଟ ହରାଇ ୫୬ ରନ୍‌ କରିଥିବା ବେଳେ ବର୍ଷା ଯୋଗୁ ଖେଳ ବାଧାପ୍ରାପ୍ତ ହୋଇଥିଲା। ଫଳରେ ମ୍ୟାଚକୁ ୩୩ ଓଭର ବିଶିଷ୍ଟ କରାଯାଇ ବିଜୟ ଲକ୍ଷ୍ୟ ଲାଗି ୩୧୭ ରନ୍‌ ଧାର୍ଯ୍ୟ କରାଯାଇଥିଲା। ମାତ୍ର ଅଷ୍ଟ୍ରେଲିଆ ୨୮.୨ ଓଭରରେ ୨୧୭ ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। ସନ୍‌ ଆବୋଟ (୫୪) ଓ ଡେଭିଡ ଓ୍ବାର୍ନର (୫୩)ଙ୍କୁ ଛାଡ଼ିଦେଲେ ଅନ୍ୟ କୌଣସି ଅଷ୍ଟ୍ରେଲିଆ ବ୍ୟାଟର ଭାରତୀୟ ବୋଲରଙ୍କୁ ମୁକାବିଲା କରିପାରି ନ ଥିଲେ। ରବିଚନ୍ଦ୍ରନ ଅଶ୍ୱିନ ଓ ରବୀନ୍ଦ୍ର ଜାଡେଜା ସର୍ବାଧିକ ୩ଟି ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri