Posted inଖେଳ

ସହଜ ବିଜୟ ହାସଲ କଲା ଭାରତ

ଜୋହାନ୍ସବର୍ଗ,୧୭।୧୨: ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୧୧୬ ରନ ସ୍କୋର କରିଥିଲା। ଏହାର ଜବାବରେ ଭାରତ ମାତ୍ର ୨ ଉଇକେଟ ହରାଇ ମ୍ୟାଚ ଜିତିଥିଲା। ସାଇ ସୁଦର୍ଶନ ଭାରତ ପାଇଁ ଚମତ୍କାର ବ୍ୟାଟିଂ କରି ଅପରାଜିତ ୫୫ ରନ ସ୍କୋର କରିଥିଲେ। ସେ ୪୩ ବଲ୍‌ର ସମ୍ମୁଖୀନ ହୋଇଥିଲେ ଏବଂ ୯ ଚୌକା ମାରିଥିଲେ। ଶ୍ରେୟାସ ଆୟର ୪୫ ବଲରେ ୫୨ ରନ ସଂଗ୍ରହ କରିଥିଲେ। ସେ ୬ଟି ଚୌକା ଓ ଗୋଟିଏ ଛକା ମାରିଥିଲେ। ଏହାପୂର୍ବରୁ ଅର୍ଶଦୀପ ସିଂ ଏବଂ ଆବେଶ ଖାନ ବୋଲିଂରେ ଭଲ ପ୍ରଦର୍ଶନ କରିଥିଲେ। ୧୦ ଓଭରରେ ୩୭ ରନ ପାଇଁ ଅର୍ଶଦୀପ ୫ ଉଇକେଟ ନେଇଥିଲେ। ଆବେଶ ଖାନ ୮ ଓଭରରେ ୨୭ ରନ ପାଇଁ ୪ ଉଇକେଟ ନେଇଥିଲେ। କୁଲଦୀପ ଯାଦବ ମଧ୍ୟ ଗୋଟିଏ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri