Posted inଖେଳ

ସିରିଜ୍‌ କବ୍‌ଜା କଲା ଭାରତ

ଅହମ୍ମଦାବାଦ୍‌,୧।୨:ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ କବ୍‌ଜା କରିଛି ଟିମ୍‌ ଇଣ୍ଡିଆ। ଶେଷ ଟି-୨୦ ଭାରତ ୧୬୮ ରନ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ୨୩୫ ରନ୍‌ର ବିଶାଳ ଲକ୍ଷ୍ୟକୁ ପିଛା କରି ନ୍ୟୁଜିଲାଣ୍ଡ ଟିମ୍‌ ମାତ୍ର ୧୨.୧ ଓଭରରେ ୬୬ ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ଡାରେଲ୍‌ ମାଇକେଲ୍‌ ସର୍ବାଧିକ ୩୫ ରନ୍‌ ସ୍କୋର କରିଥିଲେ। ଭାରତ ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା ସର୍ବାଧିକ ୪ଟି ଉଇକେଟ୍‌ ନେଇଥିବାବେଳେ ଅର୍ଶଦୀପ ସିଂ, ଶିଭମ ମାଭି ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଏହି ବିଜୟ ସହ ଭାରତ ସିରିଜ୍‌କୁ ୨-୧ରେ ଜିତିନେଇଛି।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଭାରତ ୨୦ ଓଭରରେ ଚାରି ଉଇକେଟ ହରାଇ ୨୩୪ ରନ ସଂଗ୍ରହ କରିଛି। ଟିମ ଇଣ୍ଡିଆ ପାଇଁ ଶୁଭମନ ସର୍ବାଧିକ ୬୩ ବଲ୍‌ରେ ଅପରାଜିତ ୧୨୬ ରନ ସଂଗ୍ରହ କରିଥିଲେ। ସେ ନିଜ ଇନିଂସରେ ୧୨ ଚୌକା ଓ ୭ ଛକା ମାରିଥିଲେ। ତାଙ୍କର ଷ୍ଟ୍ରାଇକ ରେଟ୍‌ ୨୦୦.୦୦ ଥିଲା। ଗିଲ ଟେଷ୍ଟ ଏବଂ ଦିନିକିଆ ପରେ, ଟି -୨୦ ଫର୍ମାଟରେ ମଧ୍ୟ ଶତକ ହାସଲ କରିଛନ୍ତି। ଗିଲଙ୍କ ବ୍ୟତୀତ ରାହୁଲ ତ୍ରିପାଠୀ ୪୪, ସୂର୍ଯ୍ୟକୁମାର ଯାଦବ ୨୪, ହାର୍ଦ୍ଦିକ ପାଣ୍ଡ୍ୟା ୩୦ କରିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ମାଇକେଲ ବ୍ରେସଓ୍ବେଲ, ବ୍ଲେୟାର୍‌ ଟିକ୍‌ନର୍‌, ଇଶ୍‌ ସୋଧି, ଡ୍ୟାରେଲ୍‌ ମାଇକେଲ ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri