Posted inଖେଳ

ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ରାଞ୍ଚି,୧୯।୧୧: ଚଳିତ ଟି୨୦ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ସ୍ବଦେଶରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୨-୦ରେ ଜିତି ନେଇଛି। ସ୍ଥାନୀୟ ଜେଏସ୍‌ସିଏ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ନ୍ୟୁଜିଲାଣ୍ଡରକୁ ପରାସ୍ତ କରିଛି।

ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପର ଗ୍ରୁପ ପର୍ଯ୍ୟାୟରେ ଭାରତକୁ ନ୍ୟୁଜିଲାଣ୍ଡ ପରାସ୍ତ କରିଥିଲା। ଭାରତ ନକ୍‌ଆଉଟରେ ପ୍ରବେଶ କରି ନ ପାରିବାର ଏହା ଅନ୍ୟତମ କାରଣ ଥିଲା। ତେଣୁ ଏଠାରେ ସିରିଜ ବିଜୟୀ ହୋଇ ଭାରତ ଏହାର ମଧୁର ପ୍ରତିଶୋଧ ନେଇଛି।

୧୫୪ ରନ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଭାରତର ଦୁଇ ଓପନର ଲୋକେଶ ରାହୁଲ ଓ ରୋହିତ ଶର୍ମା ପ୍ରଥମ ଉଇକେଟ ଯୋଡ଼ିରେ ୮୦ ବଲ୍‌ରୁ ୧୧୭ ରନ ସଂଗ୍ରହ କରି ବିଜୟ ପାଇଁ ପ୍ଲାଟଫର୍ମ ପ୍ରସ୍ତୁତ କରିଥିଲେ। ୧୪ତମ ଓଭରର ଦ୍ୱିତୀୟ ବଲ୍‌ରେ ରାହୁଲଙ୍କୁ ଆଉଟ କରି ନ୍ୟୁଜିଲାଣ୍ଡକୁ ବ୍ରେକ୍‌ ଥ୍ରୁ ଦେଇଥିଲେ ଅଧିନାୟକ ଟିମ୍‌ ସୌଦୀ। ମାତ୍ର ସେତେବେଳକୁ ବହୁ ବିଳମ୍ବ ହୋଇ ଯାଇଥିଲା। ୪୯ଟି ବଲ୍‌ର ସମ୍ମୁଖୀନ ହୋଇଥିବା ରାହୁଲ ୬ ଚୌକା ଓ ୨ ଛକା ସହାୟତାରେ ୬୫ ରନ କରିଥିଲେ। ରୋହିତ ମଧ୍ୟ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୩୬ ବଲ୍‌ରୁ ୧ ଚୌକା ଓ ୫ ଛକା ସହ ୫୫ ରନ କରଥିଲେ। ସୌଦୀ ୧୬ତମ ଓଭରରେ ରୋହିତ ଓ ସୂର୍ଯ୍ୟକୁମାର ଯାଦବ (୧)ଙ୍କୁ ଆଉଟ କରି ଭାରତକୁ ଡବଲ ଝଟ୍‌କା ଦେଇଥିଲେ। ତେବେ ରିଷଭ ପନ୍ତ ୬ ବଲ୍‌ରୁ ୧୨(୨ ଛକା) ଓ ଭେଙ୍କଟେଶ ଆୟାର ୧୧ ବଲ୍‌ରୁ ୧୨ ରନରେ ଅପରାଜିତ ରହି ଦଳକୁ ଜିତାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri