Posted inଖେଳ

ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ରାଞ୍ଚି,୧୯।୧୧: ଚଳିତ ଟି୨୦ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ସ୍ବଦେଶରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୨-୦ରେ ଜିତି ନେଇଛି। ସ୍ଥାନୀୟ ଜେଏସ୍‌ସିଏ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ନ୍ୟୁଜିଲାଣ୍ଡରକୁ ପରାସ୍ତ କରିଛି।

ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପର ଗ୍ରୁପ ପର୍ଯ୍ୟାୟରେ ଭାରତକୁ ନ୍ୟୁଜିଲାଣ୍ଡ ପରାସ୍ତ କରିଥିଲା। ଭାରତ ନକ୍‌ଆଉଟରେ ପ୍ରବେଶ କରି ନ ପାରିବାର ଏହା ଅନ୍ୟତମ କାରଣ ଥିଲା। ତେଣୁ ଏଠାରେ ସିରିଜ ବିଜୟୀ ହୋଇ ଭାରତ ଏହାର ମଧୁର ପ୍ରତିଶୋଧ ନେଇଛି।

୧୫୪ ରନ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଭାରତର ଦୁଇ ଓପନର ଲୋକେଶ ରାହୁଲ ଓ ରୋହିତ ଶର୍ମା ପ୍ରଥମ ଉଇକେଟ ଯୋଡ଼ିରେ ୮୦ ବଲ୍‌ରୁ ୧୧୭ ରନ ସଂଗ୍ରହ କରି ବିଜୟ ପାଇଁ ପ୍ଲାଟଫର୍ମ ପ୍ରସ୍ତୁତ କରିଥିଲେ। ୧୪ତମ ଓଭରର ଦ୍ୱିତୀୟ ବଲ୍‌ରେ ରାହୁଲଙ୍କୁ ଆଉଟ କରି ନ୍ୟୁଜିଲାଣ୍ଡକୁ ବ୍ରେକ୍‌ ଥ୍ରୁ ଦେଇଥିଲେ ଅଧିନାୟକ ଟିମ୍‌ ସୌଦୀ। ମାତ୍ର ସେତେବେଳକୁ ବହୁ ବିଳମ୍ବ ହୋଇ ଯାଇଥିଲା। ୪୯ଟି ବଲ୍‌ର ସମ୍ମୁଖୀନ ହୋଇଥିବା ରାହୁଲ ୬ ଚୌକା ଓ ୨ ଛକା ସହାୟତାରେ ୬୫ ରନ କରିଥିଲେ। ରୋହିତ ମଧ୍ୟ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୩୬ ବଲ୍‌ରୁ ୧ ଚୌକା ଓ ୫ ଛକା ସହ ୫୫ ରନ କରଥିଲେ। ସୌଦୀ ୧୬ତମ ଓଭରରେ ରୋହିତ ଓ ସୂର୍ଯ୍ୟକୁମାର ଯାଦବ (୧)ଙ୍କୁ ଆଉଟ କରି ଭାରତକୁ ଡବଲ ଝଟ୍‌କା ଦେଇଥିଲେ। ତେବେ ରିଷଭ ପନ୍ତ ୬ ବଲ୍‌ରୁ ୧୨(୨ ଛକା) ଓ ଭେଙ୍କଟେଶ ଆୟାର ୧୧ ବଲ୍‌ରୁ ୧୨ ରନରେ ଅପରାଜିତ ରହି ଦଳକୁ ଜିତାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri