Posted inଖେଳ

ତୃତୀୟ ଟି୨୦ରେ ଭାରତ ବିଜୟୀ

ବାସେଟେରେ, ୩ା୮: ଉଭୟ ବୋଲିଂ ଓ ବ୍ୟାଟିଂରେ ପ୍ରଭାବୀ ପ୍ରଦର୍ଶନ କରି ଭାରତ ମଙ୍ଗଳବାର ଅନୁଷ୍ଠିତ ତୃତୀୟ ଟି୨୦ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୭ ଉଇକେଟରେ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ ୨୦ ଓଭରରେ ୫ ଉଇକେଟ ହରାଇ ୧୬୪ ରନ କରିଥିବାବେଳେ ଭାରତ ୧୯ ଓଭରରେ ୩ ଉଇକେଟ ହରାଇ ୧୬୫ ରନ ସଂଗ୍ରହ କରି ନେଇଥିଲା। ଅଧିନାୟକ ରୋହିତ ଶର୍ମା ବ୍ୟକ୍ତିଗତ ୧୧ ରନ କରିଥିବାବେଳେ ରିଟାୟର୍ଡ ହର୍ଟ ହୋଇ ଯାଇଥିଲେ। ତାଙ୍କ ଅଣ୍ଟାର ମାଂଶପେଶୀ ଟାଣି ଧରିଥିଲା। ମାତ୍ର ସୂର୍ଯ୍ୟକୁମାର ଯାଦବ ଓ ଶ୍ରେୟସ ଆୟାର ସହଜରେ ଘରୋଇ ବୋଲରଙ୍କୁ ମୁକାବିଲା କରି ଭାରତକୁ ବିଜୟ ପଥରେ ଅଗ୍ରସର କରାଇଥିଲେ। ଆୟାର ୨୭ ବଲ୍‌ରୁ ୨୪ ରନ କରିବାକୁ ସକ୍ଷମ ହୋଇଥିଲେ ହେଁ ସୂର୍ଯ୍ୟକୁମାର ୪୪ ବଲ୍‌ରୁ ୮ ଚୌକା ଓ ୪ ଛକା ସହାୟତାରେ ଖେଳିଥିଲେ ୭୬ ରନର ମ୍ୟାଚ ବିଜୟୀ ଇନିଂସ। ରିଷଭ ପନ୍ତ ୩୩ (୨୬ ବଲ, ୩ ଚୌକା, ୧ ଛକା) ଓ ଦୀପକ ହୁଦା ୧୦ ରନକରି ଅପରାଜିତ ରହିଥିଲେ। ଏଠାରେ ବିଜୟ ସହ ଭାରତ ୫ ମ୍ୟାଚ ବିଶିଷ୍ଟ ସିରିଜରେ ୨-୧ରେ ଅଗ୍ରଣୀଲାଭ କରିଛି।
ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଓ୍ବେଷ୍ଟଇଣ୍ଡିଜ ଭଲ ଆରମ୍ଭ କରିଥିଲା ଓପନିଂ ଯୋଡ଼ିରେ ବ୍ରେଣ୍ଡନ କିଙ୍ଗ୍‌ ଓ କାଏଲ ମେୟର୍ସ ୪୪ ବଲ୍‌ରୁ ୫୭ ରନ ଯୋଗ କରିଥିଲେ। ମେୟର୍ସ ୫୦ ବଲ୍‌ରୁ ୮ ଚୌକା ଓ ୪ ଛକା ସହାୟତାରେ ସର୍ବାଧିକ ୭୩ ରନ କରିଥିଲେ। ମଧ୍ୟଭାଗରେ ଟିମ୍‌ ଇଣ୍ଡିଆ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟାଇଟ୍‌ ବୋଲିଂ କରିବାରୁ ଓ୍ବେଷ୍ଟଇଣ୍ଡିଜ ରନହାର ଧିମେଇ ଯାଇଥିଲା। କିଙ୍ଗ୍‌ ୨୦ ବଲ୍‌ରୁ ୨୦ ଓ ଅତ୍ଧନାୟକ ନିକୋଲସ ପୁରନ ୨୩ ବଲ୍‌ରୁ ୨୨ ରନ କରିଥିଲେ। ଶେଷ ଭାଗରେ ରୋଭମାନ ପାଓ୍ବେଲ ୧୪ ବଲ୍‌ରୁ ୨୩ (୨ ଚୌକା, ୧ ଛକା) ଓ ଶିମରନ ହେଟମେର ୧୨ ବଲ୍‌ରୁ ୨୦ ରନ କରିବାରୁ ଓ୍ବେଷ୍ଟଇଣ୍ଡିଜ ସ୍କୋର ୧୬୪ରେ ପହଞ୍ଚତ୍ ପାରିଥିଲା। ଭାରତ ପକ୍ଷରୁ ଭୁବନେଶ୍ୱର କୁମାର ୨ଟି ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଓ ଅର୍ଶଦୀପ ସିଂ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri