Posted inଖେଳ

ପ୍ରଥମ ଅଭ୍ୟାସ ମ୍ୟାଚ୍‌ ଜିତିଲା ଭାରତ

ପର୍ଥ,୧୦।୧୦: ଅଷ୍ଟ୍ରେଲିଆରେ ୨୦୨୨ ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ ହେଉଥିବା ଭାରତ ସୋମବାର ପର୍ଥରେ ପଶ୍ଚିମ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଅଭ୍ୟାସ ମ୍ୟାଚ ଖେଳିଛି। ଏହି ମ୍ୟାଚରେ ଭାରତ ପଶ୍ଚିମ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କରିଛି। ସୁର୍ଯ୍ୟକୁମାର ଯାଦବ ଏବଂ ଅର୍ଶଦୀପ ସିଂ ଭାରତ ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ।
ଭାରତ ପ୍ରଥମେ ଖେଳିବା ପରେ ୨୦ ଓଭରରେ ୬ ଉଇକେଟ ପାଇଁ ୧୫୮ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପଶ୍ଚିମ ଅଷ୍ଟ୍ରେଲିଆ ଦଳ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ ମାତ୍ର ୧୪୫ ରନ ସ୍କୋର କରିଥିଲା।
ଭାରତ ପାଇଁ ମାତ୍ର ୩୫ ବଲରେ ସୂର୍ଯ୍ୟକୁମାର ୫୨ ରନ ସଂଗ୍ରହ କରିଥିଲେ। ଏଥି ସହିତ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ୨୯ ରନ ସ୍କୋର କରିଥିଲେ। ଏହା ବ୍ୟତୀତ ଦୀପକ ହୁଡା ୨୨ ଏବଂ ଦୀନେଶ କାର୍ତ୍ତିକ ୧୯ ରନ କରିଥିଲେ।
ଏହି ମ୍ୟାଚ୍‌ରେ ରୋହିତ ଶର୍ମା ଏବଂ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଭାରତ ପାଇଁ ଇନିଂସ ଓପନ କରିଥିଲେ। ତେବେ ଦୁହେଁ ବ୍ୟାଟିଂରେ ବିଫଳ ହୋଇଥିଲେ। ରୋହିତ ୩ ଏବଂ ପନ୍ତ ୯ ରନ ସ୍କୋର କରିଥିଲେ। ବୋଲିଂରେ ଅର୍ଶଦୀପ ସିଂ ଚମତ୍କାର ପ୍ରଦର୍ଶନ କରିଥିଲେ। ଅର୍ଶଦୀପ ମୋଟ ତିନିଟି ଉଇକେଟ ନେଇଥିଲେ। ଭୁବନେଶ୍ୱର କୁମାର ଦୁଇଟି ସଫଳତା ପାଇଥିଲେ।
ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। କେଏଲ ରାହୁଲ ଏବଂ ବିରାଟ କୋହଲି ଏହି ମ୍ୟାଚରେ ଅଂଶଗ୍ରହଣ କରିନାହାଁନ୍ତି। ଦୀପକ ହୁଡା ୧୪ ବଲରେ ୨୨ ରନ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ୨୦ ବଲରେ ୨୯ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri